Pratidin TV

Odisha's Digital News Platform

ନିରବି ଗଲେ ଦାମୋଦର ରାଉତ , ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ରାଜ୍ୟପାଳ..

1 min read

ରାଜ୍ୟ ରାଜନୀତିର ମହାଦ୍ରୁମ ତଥା ଜଣେ ସ୍ପଷ୍ଟବାଦୀ ରାଜନେତା ଦାମଦୋର ରାଉତ । ଓଡିଶା ରାଜନୀତିରେ ସେ ହେଉଛନ୍ତି ପିତାମହ ଭୀସ୍ମ । ୮୩ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଆଜି ତାଙ୍କର ବିୟୋଗ ରାଜ୍ୟ ରାଜନୀତିରେ ଅପୂରଣୀୟ । ଆଜି ତାଙ୍କର ବିୟୋଗରେ ନିରବି ଯାଇଛି ଓଡିଶା । ରାଜନେତା ଠାରୁ ସାଧାରଣ ଜନତା ସମସ୍ତଙ୍କ ଆଖିରେ ଲୁହ । ଆଜି ପରିବାର ସହ ସାରା ଓଡିଶା ବାସୀ ଆଜି ତାଙ୍କୁ ମନେପକାଇ ଲୁହ ଝରାଉଛନ୍ତି । ଦାମୋଦର ରାଉତଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି , ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ।

ଦାମ ରାଉତଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଜ୍ୟର ବିକାଶ ଲାଗି ଦାମୋଦର ରାଉତଙ୍କ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ । ଏକାଧିକ ଥର ସେ ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିଭିନ୍ନ ବିଭାଗର ମନ୍ତ୍ରୀ ପଦରେ ରହି ସେବା କରି ଆସିଛନ୍ତି । ରାଷ୍ଟ୍ରପତି ତାଙ୍କର ବିୟୋଗରେ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

ସେହିପରି ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ପରଲୋକରେ ରାଜ୍ୟପାଳ ରଘୁବର ଦାସ ଶୋକ ପ୍ରକାଶ କରିଛନ୍ତି । ଦାମ ରାଉତଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ଶୋକସନ୍ତପ୍ତ ପରିବାର ଏବଂ ଅନୁଗାମୀମାନଙ୍କୁ ସମବେଦନା ଜଣାଇଛନ୍ତି । ଦକ୍ଷ ବିଧାୟକ, କ୍ରିୟାଶୀଳ ମନ୍ତ୍ରୀ ଓ ଲୋକପ୍ରିୟ ରାଜନେତା ଭାବେ ତାଙ୍କର ପ୍ରତିଷ୍ଠା ରହିଛି ବୋଲି କହିଛନ୍ତି ରାଜ୍ୟପାଳ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦାମ ରାଉତଙ୍କୁ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି ବୋଲି ସୋଶାଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।

ଦାମୋଦର ରାଉତ ୧୯୪୨ ମସିହାର ଜୁଲାଇ ୨ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କପିଳ ଚରଣ ରାଉତ ଓ ପତ୍ନୀଙ୍କ ନାମ ସ୍ନେହା ରାଉତ । ୧୯୭୭ ମସିହାରେ ପ୍ରଥମ କରି ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଦାମୋଦର ରାଉତ । ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତରାଜକୁ ସୁଦୃଢ କରିବାରେ ଦାମ ରାଉତରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା । ସେ ପଞ୍ଚାୟତିରାଜ ତଥା କୃଷି ବିଭାଗ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ । ଦାମ ରାଉତଙ୍କ ବିୟୋଗ ଖବର ପ୍ରଚାରିତ ହେବା କ୍ଷଣି ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ଦାମଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ରାଜନେତାଙ୍କୁ ହରାଇଲା।

Leave a Reply

Your email address will not be published. Required fields are marked *