Pratidin TV

Odisha's Digital News Platform

ନୀରବି ଗଲେ ବିଜେଡିର ତୁଙ୍ଗ ନେତା ଦାମ ରାଉତ୍ , ମୁଖ୍ୟମନ୍ତ୍ରୀ କହିଲେ ରାଜନୀତରେ ଅପୂରଣୀୟ କ୍ଷତି ।

1 min read

ଭୁବନେଶ୍ୱର ; ସବୁଦିନ ପାଇଁ ନୀରବି ଗଲେ ବିଜେଡିର ତୁଙ୍ଗ ନେତା ଦାମୋଦର ରାଉତ୍ ।  ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି। ଆଜି ଭୋର ୫ଟା ୨୩ ମିନିଟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ।

ଦାମଙ୍କ ମୃତ୍ୟୁ ଓଡିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି କହି ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ସେବା ପାଇଁ ତାଙ୍କ କାର୍ଯ୍ୟ ସବୁବେଳେ ସ୍ମରଣୀୟ ହୋଇ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ରାଜନୀତିର କର୍ଣ୍ଣଧାର ଥିଲେ ଦାମୋଦର ।

Advertisement

ଏହା ସହ ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ଯେ ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Leave a Reply

Your email address will not be published. Required fields are marked *