ସୃଷ୍ଟି ହେଲା ଗଭୀର ଅବପାତ : ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବାତ୍ୟାରେ ପରିଣତ
1 min readଭୁବନେଶ୍ୱର : ବଙ୍ଗୋସାଗରେ ବଳବାନ ହେଉଛି ସମ୍ଭାବ୍ୟ ବାତ୍ୟା ‘ସିତ୍ରଙ୍ଗ୍’ା ଶନିବାର ସୃଷ୍ଟି ହୋଇଥିବା ଲଘୁଚାପଟି ଗଭୀର ଅବପାତରେ ପରିଣତ ହୋଇ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି ।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଏହା ଘଣ୍ଟାପ୍ରତି ୧୭ କିମି ବେଗରେ ଉତ୍ତର -ପଶ୍ଚିମ ଦିଗରେ ଗତିକରୁଛି । ଯାହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବାତ୍ୟାରେ ପରିଣତ ହେବ । ପରେ ଏହା ମୋଡ ବଦଳାଇ ଉତ୍ତର ପୂର୍ବ ଦିଗରେ ଗତିକରି ବାଂଲାଦେଶ ଉପକୂଳ ଅତିକ୍ରମ କରିବ । ଆସନ୍ତା ୨୫ ତାରିଖରେ ତିନ୍କୋନା ଓ ସାନଦୀପ ଅଞ୍ଚଳରେ ଏହା ଉପକୂଳ ଅତିକ୍ରମ କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଏହା ପ୍ରଭାବରେ ୨୩ ତାରିଖ ରାତିରୁ ଉପକୂଳ ଓଡିଶାରେ ବର୍ଷା ଆରମ୍ଭ ହୋଇଯିବ । ଏନେଇ୪ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାଣିଂ ଜାରିକରିଛି ପାଣିପାଗ ବିଭାଗ । ଜିଲ୍ଲାଗୁଡିକ ହେଲା – ପୁରୀ,ଭଦ୍ରକ
,କେନ୍ଦ୍ରାପଡା ଓ ଜଗତସିଂହପୁର ।
ସେହିପରି ୨୪ରୁ ୨୫ ତାରିଖ ଭିତରେ ଓଡ଼ିଶା ଉପକୂଳ ଦେଇ ବାତ୍ୟା ଅତିକ୍ରମ କରିବା ସମୟରେ ଉପକୂଳ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବା ସହ ପବନ ବି ବଢ଼ିବ। ତେଣୁ ୨୪ ତାରିଖରେ ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର।
ଏହାସହ ୨୫ ତାରିଖରେ ଉତ୍ତର ଉପକୂଳର ୩ ଜିଲ୍ଲା- ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ ତଟବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୭୦ କିଲୋମିଟର ବେଗରେ ପବନ ବୋହିବାର ଆକଳନ କରିଛି ପାଣିପାଗ କେନ୍ଦ୍ର।ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା କାରଣରୁ , ମତ୍ସ୍ୟଜୀବି ମାନଙ୍କୁ ସମୁଦ୍ରକୁ ନଯିବାକୁ ସୂଚନା ଦେଇଛି ପାଣିପାଗ ବିଭାଗ ।