ଉପମୁଖ୍ୟମନ୍ତ୍ରୀ ଉନ୍ମୋଚନ କଲେ ସୁଭଦ୍ରା ପୋର୍ଟାଲ , ଉପଲବ୍ଧ ହେବ ସୁଭଦ୍ରାର ସମସ୍ତ ସୂଚନା ..
1 min readଉନ୍ମୋଚିତ ହେଲା”ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲ। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଦ୍ୱାରା ଏହି “ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲ କୁ ଶୁଭାରମ୍ଭ କରାଯାଇଛି। ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ ସୁଭଦ୍ରାର ସମସ୍ତ ସୂଚନା ସୁଭଦ୍ରା ପୋର୍ଟାଲ- http://subhadra.odisha.gov.in ଦ୍ୱାରା ସମସ୍ତ ସୂଚନା ଜାଣିହେବ ।
ଏହି ପୋର୍ଟାଲ୍ ଛଡା ଆଉ କୌଣସି fake ୱେବସାଇଟ ଦ୍ବାରା ଭ୍ରମିତ ହୁଅନ୍ତୁ ନାହିଁ ।ସୁଭଦ୍ରା ଯୋଜନା ସମ୍ୱନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି ।ଯାହାଦ୍ୱାରା ସହଜରେ, ସୁବିଧାରେ, ସବୁଠାରେ ସୁଭଦ୍ରା ବିଷୟରେ ପଢିପାରିବେ ଓ ବୁଝିପାରିବେ ଜନସାଧାରଣ | ଏହାର ଉପାଦାନ ଉଭୟ ଓଡିଆ ଓ ଇଂରାଜୀ ଭାଷାରେ ପ୍ରଦତ୍ତ ଅଛି ।।ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ହାୟିତ୍ଵ ସହ ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି।ସୁଭଦ୍ରା ସମ୍ବନ୍ଧୀୟ ଆପଣମାନଙ୍କ ମନରେ ଆସୁଥିବା ଯେକୌଣସି ପ୍ରଶ୍ନର ଉତ୍ତର ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ ।ସୁଭଦ୍ରା ଯୋଜନା ସମ୍ବନ୍ଧୀୟ କୌଣସି ନୂଆ ଘୋଷଣା ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ ।ଆଉ କିଛି ଜାଣିବାକୁ ହେଲା ଆପଣ ଟୋଲ ପ୍ରୀ ନମ୍ବର -୧୪୬୭୮ ରେ କଲ କରିବେ ।
ଏହି ଟୋଲ ଫ୍ରି ନମ୍ବର ସକାଳ ୬ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ। ଏହି ଫର୍ମ ସମ୍ପୂର୍ଣ ମାଗଣାରେ ଯଥେଷ୍ଟ ପରିମାଣରେ ଉପଲବ୍ଧ ରହିବ । ପୂରଣ ହୋଇଥିବା ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ । ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ନିର୍ଦ୍ଦେଶାନୁସାର ନିରୂପଣ କରାଯାଇଥିବା ନିର୍ଦ୍ଦିଷ୍ଟ ସ୍ଥାନ ଓ କାର୍ଯ୍ୟଳୟରେ ୪ ସେପ୍ଟେମ୍ବର ଅପରାହ୍ନରୁ ଫର୍ମ ଦାଖଲ ଆରମ୍ଭ କରାଯିବ ।ଏହି ଫର୍ମ ଦାଖଲ ସମ୍ପୂର୍ଣ ମାଗଣା ହେବ। ସରକାରଙ୍କ ଅନୁମୋଦନ କ୍ରମେ ଚଳିତ ବର୍ଷର ରାକ୍ଷୀ ପୁର୍ଣ୍ଣିମା କିସ୍ତି ସେପ୍ଟେମ୍ବର ୧୭ରୁ ଆରମ୍ଭ ହେବ । ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ନିଜେ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିବେ। ଏବଂ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିଲା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ ।