ସମ୍ୱଲପୁର ରେ ଚଷାପୁଅ ଧର୍ମେନ୍ଦ୍ର, ମୁଣ୍ଡରେ ଠେକା ଭିଡି କଲେ ହଳକାମ ଆରମ୍ଭ..
1 min readଅକ୍ଷୟ ତୃତୀୟାରେ ଅକ୍ଷିମୁଠି ଅନୁକୂଳ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅକ୍ଷୟ ତୃତୀୟା ଅବସରରେ ସମ୍ବଲପୁର ସାପଲହରା ଗାଁରେ ଚାଷୀ ଭାଇଙ୍କ ସହ ମିଶି ଅକ୍ଷିମୁଠି ଅନୁକୂଳ କରିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସାରାଦେଶର ଚାଷୀଭାଇମାନଙ୍କୁ ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇବା ସହିତ ସେ କହିଛନ୍ତି ଯେ ଓଡ଼ିଆ ପରମ୍ପରାରେ ଆଜି ଓଡ଼ିଆଙ୍କ ପାଇଁ ଏବଂ ଚାଷୀ ଭାଇଙ୍କ ପାଇଁ ଏକ ଶୁଭ ଦିନ । ଆଜିର ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ତିଆରି କାମ ଆରମ୍ଭ ହୋଇଛି ।
ଶୀତଳଷଷ୍ଠୀର କାର୍ଯ୍ୟକ୍ରମ ମଧ୍ୟ ଆଜି ଠାରୁ ଆରମ୍ଭ ହୋଇଛି । ଏହି ପବିତ୍ର ଦିନରେ ଅକ୍ଷିମୁଠି ଅନୁକୂଳ କରିବାର ସୌଭାଗ୍ୟ ପାଇଥିବାରୁ ମୁଁ ବହୁତ ଖୁସି । ଆମ ରାଜ୍ୟ ଓଡ଼ିଶା ହେଉଛି ଏକ କୃଷି ପ୍ରଧାନ ରାଜ୍ୟ । ଆଗାମୀ ଦିନ ମାନଙ୍କରେ ଆମ ଦେଶ ଏକ ନମ୍ବର ହେଉ, ପ୍ରଗତି ପଥରେ ଯାଉ । ଚାଷୀ ଭାଇମାନଙ୍କର ଜମିରେ ଭଲ ଫସଲ ହେଉ । ଏହା ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସମଲେଇଙ୍କ ପାଖରେ ପ୍ରାର୍ଥନା ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ।