Pratidin TV

Odisha's Digital News Platform

ସମ୍ବଲପୁର ପର୍ଯ୍ୟଟନର ବିକାଶ ପାଇଁ , ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ..

ମୁଖ୍ୟମନ୍ତ୍ରୀ ମୋହନମାଝୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ। ସମ୍ବଲପୁର ପର୍ଯ୍ୟଟନ ସ୍ଥଳୀର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ସମ୍ବଲପୁରରେ ‘ରିଭରଫ୍ରଣ୍ଟ୍ ଡେଭଲପମେଣ୍ଟ ପ୍ରୋଜେକ୍ଟ’ ପ୍ରସ୍ତାବ ଉପରେ ବିଚାର କରିବାକୁ ଚିଠିରେ ଲେଖିଛନ୍ତି ।ସାବରମତୀ, କାଶୀ ଓ ବାରାଣାସୀ ଭଳି ସମ୍ବଲପୁରର ପୁରୁଣା ଅଯୋଧ୍ୟା ସାଗର ବନ୍ଧକୁ ‘ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ’ ଅଧୀନରେ ବିକଶିତ କରାଯିବା ଉପରେ ଗୁରୁତ୍ବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ।

ମୋଦୀ ସରକାର ‘ବିକାଶ ବି, ବିରସାତ୍ ବି’ ଅଧୀନରେ ପରମ୍ପରା ଏବଂ ଆଧୁନିକତା ମଧ୍ୟରେ ଥିବା ସମାନତା ଗୁଡ଼ିକ ଉପରେ ଗୁରୁତ୍ୱାରୋପ କରିଛନ୍ତି । ଅନେକ ନଦୀ ଓ ଐତିହାସିକ ସ୍ଥଳୀରେ ପୂର୍ଣ୍ଣ ଓଡ଼ିଶା ‘ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ’ ବିକଶିତ କରିବାର ଅନନ୍ୟ ସୁଯୋଗ ପ୍ରଦାନ କରୁଛି । ମହାନଦୀ ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବିଶ୍ୱସ୍ତରୀୟ ରିଭରଫ୍ରଣ୍ଟ ପ୍ରକଳ୍ପରେ ପରିଣତ କରିବା ପାଇଁ ସମ୍ବଲପୁର ଏକ ସୁବର୍ଣ୍ଣ ସୁଯୋଗ ପ୍ରଦାନ କରୁଛି । ପାର୍କ, ୱାକ୍ ୱେ, ଜିମ୍, ଆମ୍ଫିଥିଏଟର, ଆରତୀ ଘାଟ ଏବଂ ନଦୀ କୂଳରେ ଗାଧୋଇବା ଭଳି ସୁବିଧା ସୁଯୋଗ ସୃଷ୍ଟି ହୋଇପାରିବ । ସମ୍ବଲପୁର ସାଂସ୍କୃତିକ ଢାଞ୍ଚାକୁ ସମୃଦ୍ଧ କରିବା ସହ ଆଧ୍ୟାତ୍ମିକ ଏବଂ ମନୋରଞ୍ଜନ ଆକର୍ଷଣକୁ ବଢାଇବାରେ ଯୋଗଦାନ ରଖିବ ବୋଲି କେନ୍ଦ୍ରମନ୍ତ୍ରୀ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ।

Leave a Reply

Your email address will not be published. Required fields are marked *