Pratidin TV

Odisha's Digital News Platform

ଓଡ଼ିଶାରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ , ବଦଳିଲେ ୧୭ ଜିଲ୍ଲାର ଜିଲ୍ଲାପାଳ..

1 min read

ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । 17 ଜିଲ୍ଲାରେ ଜିଲ୍ଲାପାଳ ଙ୍କୁ କରିଛନ୍ତି ବଦଳି ।ବିଳମ୍ବିତ ରାତିରେ ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ୨୦୦୯ ବ୍ୟାଚର ଆଇଏଏସ ଡ. ବିଜୟ କେତନ ଉପାଧ୍ୟାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ନୂଆ ନିଯୁକ୍ତି ମିଳିଛି। ଏହାସହ ସେ ଓଡ଼ିଶା ପରିବାରର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ବର୍ତ୍ତମାନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ବ ନିର୍ବାହ କରୁଥିବା ଦିଲ୍ଲୀପ ରାଉତରାୟଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।ବାଲେଶ୍ବର ଜିଲ୍ଲାପାଳ ଆଶିଷ ଠାକରେଙ୍କୁ ରାଜସ୍ବ ପରିଷଦର ସଚିବ ଭାବେ ନିଯୁକ୍ତି ମିଳିଛି । ନବରଙ୍ଗପୁର ଜିଲ୍ଲାପାଳ କମଳ ଲୋଚନ ମିଶ୍ରଙ୍କୁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।

ସେହିପରି ଯାଜପୁର ଜିଲ୍ଲାପାଳ ଭାବେ କାର୍ଯ୍ୟରତ ନିଖିଳ ପବନ କଲ୍ୟାଣଙ୍କୁ ମୃତ୍ତିକା ସଂରକ୍ଷଣ ଓ ଜଳସମ୍ପଦ ବିକାଶର ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ଗଜପତି ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ନୂଆ ଦାୟିତ୍ବ ମିଳିଛି। କଟକ ମହାନଗର ନିଗମର କମିଶନର ବିଜୟ କୁମାର ଦାସ ଗଜପତିର ନୂଆ ଜିଲ୍ଲାପାଳ ହୋଇଛନ୍ତି। ସେହିପରି ବିଜ୍ଞପ୍ତି ଅନୁଯାୟୀ ନୟାଗଡ଼ ଜିଲ୍ଲାପାଳ ସ୍ବଧା ଦେବ ସିଂହଙ୍କୁ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବା ବେଳେ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ପାରୁଲ ପଟ୍ଟୱାରୀଙ୍କୁ ରାୟଗଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।ଢେଙ୍କାନାଳ ଜିଲ୍ଲାପାଳ ଅମ୍ରିତ ଋତୁରାଜ କନ୍ଧମାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ପାଇଥିବା ବେଳେ ଭଦ୍ରକ ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିବା ସିଦ୍ଧେଶ୍ୱର ବଳିରାମ ବୋନ୍ଦାରଙ୍କୁ ସମ୍ବଲପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

Advertisement

ମୟୂରଭଞ୍ଜ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ କଟକ ଜିଲ୍ଲାପାଳ ଭାବେ ନୂଆ ନିଯୁକ୍ତି ମିଳିଥିବା ବେଳେ ନୂଆପଡ଼ା ଜିଲ୍ଲାପାଳ ହେମ କାନ୍ତ ସାଏଙ୍କୁ ମୟୂରଭଞ୍ଜ ଜିଲାପାଳ ଭାବେ ବଦଳି କରାଯାଇଛି। ଅପରପକ୍ଷେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କୁ ଯାଜପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ ଦେବଗଡ଼ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଏଣିକି ଢେଙ୍କାନାଳ ଜିଲ୍ଲାପାଳ ଭାବେ କାମ କରିବେ। ସେହିପରି ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଶୁଭଙ୍କର ମହାପାତ୍ର ନବରଙ୍ଗପୁର ଜିଲ୍ଲାପାଳ ଭାବେ ଦାୟିତ୍ବ ତୁଲାଇବେ। କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ବାଲେଶ୍ବର ଜିଲ୍ଲାପାଳ ଭାବେ ବଦଳି ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାପାଳ ଜେ. ସୋନାଲ ଜଗତସିଂହପୁର ଜିଲ୍ଲାପାଳ ଭାବେ ଦାୟିତ୍ବ ତୁଲାଇବେ। ମାଲକାନଗିରି ଜିଲ୍ଲାପାଳ ପୱନ ସଚିନ ପ୍ରକାଶ କଳାହାଣ୍ଡି ଜିଲ୍ଲାପାଳ ଭାବେ ନୂଆ ନିଯୁକ୍ତି ପାଇଥିବା ବେଳେ ସମ୍ବଲପୁର ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ନୟାଗଡ଼ ଜିଲ୍ଲାପାଳ ଭାବେ ନୂଆ ଦାୟିତ୍ବ ନିର୍ବାହ କରିବେ। ରାୟଗଡ଼ା ଜିଲ୍ଲାପାଳ ମନୋଜ ଏସ. ମହାଜନଙ୍କୁ ସୁନ୍ଦରଗଡର ନୂଆ ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବା ବେଳେ ଓଡ଼ିଶା ଖଣି ନିଗମର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଜମି) କବିନ୍ଦ୍ର କୁମାର ସାହୁ ଦେବଗଡ଼ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିବେ। ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ଵତନ୍ତ୍ର ସଚିବ ମଧୁସୂଦନ ଦାସଙ୍କୁ ନୂଆପଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବା ବେଳେ ଗ୍ରାମ୍ୟ ଉନ୍ନୟନ ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରତ ସୁବ୍ରତ କୁମାର ପଣ୍ଡାଙ୍କୁ ବୌଦ୍ଧ ଜିଲ୍ଲାପାଳ ଭାବେ ନୂଆ ନିଯୁକ୍ତି ମିଳିଛି।

Leave a Reply

Your email address will not be published. Required fields are marked *