Pratidin TV

Odisha's Digital News Platform

ଆସିଲା ରିପୋର୍ଟ ସୁସ୍ଥ ଅଛନ୍ତି IPS ଆଶିଷ ସିଂ , ଏମ୍ସ ମେଡିକାଲ ବୋର୍ଡର ରିପୋର୍ଟ ଆଧାରରେ ହେବ କାର୍ଯ୍ୟାନୁଷ୍ଠାନ ..

1 min read

ଧରାପଡିଗଲା ଆଇପିଏସ୍ ଅଧିକାରିଙ୍କ ଧଳା ମିଛି । ନିଜ ସ୍ୱସ୍ଥ୍ୟ ଅବସ୍ଥାର ଭୁଲ ତଥ୍ୟ ଦେଇ ଥିବାରୁ ବର୍ତ୍ତମାନ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିସନ ।

ଆଜି ଏମ୍ସ ମେଡିକାଲ ବୋର୍ଡର ରିପୋର୍ଟ ଆସିବା ପରେ ଏହି ସତ ସାମ୍ନାକୁ ଆସିଛି । ଏମସ ମେଡିକାଲ ବୋର୍ଡର ରିପୋର୍ଟ ଅନୁସାରେ ଆଶିଷ ସିଂ ମାନସିକ ଓ ଶାରିରୀକ ଭାବେ ସୁସ୍ଥ ଅଛନ୍ତି ।

Advertisement

କିନ୍ତୁ ସେ ନିର୍ବାଚନ ସମୟରେ ଅସୁସ୍ଥତା କାରଣ ଦର୍ଶାଇ ଛୁଟିରେ ଯାଇଥିଲେ । ଛୁଟିରେ ଯାଇ ସେ ନିର୍ବାଚନରେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗ ହୋଇଥିଲା । ଏଭଳି ଅଭିଯୋଗ ପରେ ଭାରତୀୟ ନିର୍ବାଚନ କମିସନ ଏମସ ମେଡିକାଲ ବୋର୍ଡ ଗଠନ କରି ଆଇପିଏସ ଆଶିଷ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ଯାଂଚ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଭୁବନେଶ୍ୱର ଏମସ ପକ୍ଷରୁ ଏକ ମେଡିକାଲ ବୋର୍ଡ ଗଠନ କରି ଆଶିଷ ସିଂ ସ୍ୱାସ୍ଥ୍ୟବସ୍ଥା ଯାଂଚ କରି ସୁସ୍ଥ ଥିବା ରିପୋର୍ଟ ଦିଆଯାଇଛି ।

Leave a Reply

Your email address will not be published. Required fields are marked *