ଆଖିବୁଜିଲେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ବିବେକ ଦେବ୍ରୋ , ଶୋକ ପ୍ରକାଶ କଲେ ମୋଦି..
1 min readଆଖିବୁଜିଲେ ଦେଶର ଵିଶିଷ୍ଟ ଅର୍ଥନୀତିଜ୍ଞ ତଥା ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ପରାମର୍ଶଦାତା ପରିଷଦର ଚେୟାରମ୍ୟାନ୍ ବିବେକ ଦେବ୍ରୋ । ୬୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ବିବେକ ଦେବ୍ରୋ ଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ସୋସିଆଲ ମିଡ଼ିଆ ଏକ୍ସ ରେ ଗଭୀର ସମବେଦନା ଜଣାଇଛନ୍ତି ।
ସେ ଏକ୍ସରେ ଏକ ପୋଷ୍ଟରେ କହିଛନ୍ତି, ବିବେକ ଦେବ୍ରୋ ଜଣେ ମହାନ ପଣ୍ଡିତ ଥିଲେ, ଅର୍ଥନୀତି, ଇତିହାସ, ସଂସ୍କୃତି, ରାଜନୀତି, ଆଧ୍ୟାତ୍ମିକତା ଏବଂ ଅନ୍ୟାନ୍ୟ ବିଭିନ୍ନ କ୍ଷେତ୍ରରେ ପାରଦର୍ଶୀ ଥିଲେ। ନିଜ କାର୍ଯ୍ୟ ମାଧ୍ୟମରେ ସେ ଭାରତର ବୌଦ୍ଧିକ ଦୃଶ୍ୟପଟ୍ଟରେ ଏକ ଅବିସ୍ମରଣୀୟ ଚିହ୍ନ ଛାଡିଥିଲେ।ମୁଁ ତାଙ୍କ ଅନ୍ତଦୃଷ୍ଟି ଏବଂ ଏକାଡେମିକ ଚର୍ଚ୍ଚାକୁ ସବୁବେଳେ ମନେରଖିବି । ତାଙ୍କ ବିୟୋଗରେ ମୁଁ ଦୁଃଖିତ । ତାଙ୍କ ପରିବାର ପ୍ରତି ମୋର ସମବେଦନା ଜଣାଉଛି ।
ସୂଚନା ଥାଉକି, ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଇଥିବା ବିବେକ ଦେବରାୟ ପୁଣେର ଗୋଖଲେ ରାଜନୀତି ଏବଂ ଅର୍ଥନୀତି ସଂସ୍ଥାନରେ କୁଳାଧିପତି ଭାବେ କାର୍ଯ୍ୟ କରିଥିଲେ । ୨୦୧୯ ମସିହା ଜୁନ୍ ୫ ତାରିଖ ପର୍ୟ୍ୟନ୍ତ ସେ ନୀତି ଆୟୋଗର ମଧ୍ୟ ସଦସ୍ୟ ଥିଲେ । ନିଜ ଜୀବନକାଳ ଭିତରେ ସେ ଅନେକ ପୁସ୍ତକ ଲେଖିବା ସହ କିଛି ପୁସ୍ତକର ସମ୍ପାଦନା ମଧ୍ୟ କରିଛନ୍ତି ।