ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ଭୋଟରଙ୍କ ହାତରେ ନେତାଙ୍କ ଭାଗ୍ୟ ।
1 min readମେ ୧୩ ତାରିଖ ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ । ସକାଳ ୭ଟାରୁ ଆରମ୍ଭ ହେବ ଭୋଟିଂ । ଗଣତନ୍ତ୍ରର ମହାପର୍ବରେ ସାମିଲ ହେବେ ଓଡ଼ିଶାର ଭୋଟର୍। ଲୋକସଭା ପାଇଁ ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ସରିଥିବା ବେଳେ ସୋମବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ। ୯ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଂଚଳରେ ୯୬ ଟି ଆସନ ପାଇଁ ମତଦାନ ହେବ । ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି । ମେ ୧୩ ତାରିଖରେ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଉତରପ୍ରଦେଶ, ପଶ୍ଚିମବଙ୍ଗ, ତେଲେଙ୍ଗାନା, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଝାଡଖଣ୍ଡ, ଜାମ୍ମୁ କାଶ୍ମୀରରେ ମତଦାନ ହେବ ।
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଂଟଡାଉନ ଆରମ୍ଭ ହୋଇଯାଇଛି । ସୋମବାର ରାଜ୍ୟର ୪ଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହେବ । ପ୍ରଥମ ପର୍ଯ୍ୟାୟରେ ମୋଟ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ । ସେମାନଙ୍କ ମଧ୍ୟରୁ ୩୦ ଲକ୍ଷ ୯୭ ହଜାର ପୁରୁଷ, ୩୧ ଲକ୍ଷ ୮୯ ହଜାର ମହିଳା ଭୋଟର ଅଛନ୍ତି । ମୋଟ ୭ ହଜାର ୩୦୩ କେନ୍ଦ୍ରରେ ଭୋଟର ମତଦାନ ହେବ । ଏଥିପାଇଁ ନିର୍ବାଚନ ହେବାକୁ ଥିବା ସବୁ ପୋଲିଂ ବୁଥକୁ ଇଭିଏମ ପଠାଯାଇଛି ।
ସେପଟେ ପରୀକ୍ଷା ପୂର୍ବରୁ ଶାନ୍ତିରେ ବସିପାରୁନାହାନ୍ତି ପ୍ରାର୍ଥୀ କାରଣ କାଲି ଭୋଟରଙ୍କ ହାତରେ ନେତାଙ୍କ ଭାଗ୍ୟ ପରୀକ୍ଷା । କାହାକୁବାଛିବେ ଭୋଟର ? ଏନେଇ ପ୍ରାର୍ଥୀଙ୍କ ଚିନ୍ତା ।