ଆରପାରିରେ ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା ।
1 min readଆଖିବୁଜିଲେ ବିଶିଷ୍ଟ ସାହିତ୍ୟିକ, ପ୍ରଶାସକ ତଥା ‘ସମୟ’ ଖବର କାଗଜର ମୁଖ୍ୟ ସମ୍ପାଦକ ସାତକଡ଼ି ହୋତା । ଭୁବନେଶ୍ୱରର ନୟାପଲ୍ଲୀ ସ୍ଥିତ ତାଙ୍କ ବାଡ଼ ଝିଅଙ୍କ ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା ।
ଆଜି ଦିନ ୧୨ଟା ୨୫ ମିନିଟ୍ରେ ତାଙ୍କର ଦେହାନ୍ତ ହୋଇଥିଲା। ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ଦୁଇ ପୁଅ ଓ ଦୁଇ ଝିଅଙ୍କ ସମେତ ଅନ୍ୟ ସଂପର୍କୀୟମାନେ ଉପସ୍ଥିତ ଥିଲେ। ତାଙ୍କ ମଝିଆଁ ପୁଅ ଚେନ୍ନାଇରୁ ଆସିବା ପରେ ଆଜି ସନ୍ଧ୍ୟାରେ ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜଣାପଡ଼ିଛି।
ଗଳ୍ପ, ଉପନ୍ୟାସ, କବିତା, ଅନୁବାଦ ଆଦି ସାହିତ୍ୟର ବିଭିନ୍ନ କ୍ଷେତ୍ରରେ ସେ ଲେଖନୀ ଚାଳନା କରିଥିଲେ। ସାତକଡ଼ିଙ୍କର ୨୭ଟି ଗଳ୍ପ, ୨୧ଟି ଉପନ୍ୟାସ ଓ ଗୋଟିଏ କବିତା ବହି ପ୍ରକାଶ ପାଇଥିଲା। କବିତାରୁ ସେ ନିଜ ସାହିତ୍ୟ ସର୍ଜନା ଆରମ୍ଭ କରିଥିଲେ। ୧୯୬୭ରେ ତାଙ୍କର ପ୍ରଥମ ଉପନ୍ୟାସ ‘ବ୍ୟାକୁଳ ହୃଦୟ’ ପ୍ରକାଶ ପାଇଥିଲା।