Pratidin TV

Odisha's Digital News Platform

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ଆରମ୍ଭ ହେଲା ମତଦାନ….ବୁଥ୍‌ରେ ଜମିଲାଣି ଭିଡ଼

ରାଜ୍ୟରେ ଭି ସକାଳ ୭ଟାରୁ ଆରମ୍ଭ ହୋଇଯାଇଛି ଭୋଟ ଗ୍ରହଣ | ୬ ଲୋକସଭା, ୪୨ ବିଧାନସଭା ଆସନ ପାଇଁ ଭୋଟିଂ ଜାରି । ୩୯୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର । ସେମାନଙ୍କ ମଧ୍ୟରୁ 333ଜଣ ପୁରୁଷ ଓ 61ଜଣ ମହିଳା ପାର୍ଥୀ ଅଛନ୍ତି ।ବୁଥ ଗୁଡିରେ ଧାଡିରେ ଛିଡା ହୋଇ ଭୋଟ ଦେଉଛନ୍ତି ଭୋଟର । ଶେଷ ପର୍ଯ୍ୟାୟରେ ପ୍ରମୁଖ ଆସନ ମଧ୍ୟରେ ରହିଛି  ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ରର ଏବଂ ମୟୁରଭଞ୍ଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି।

ତେବେ ଏହି ପର୍ଯ୍ୟାୟରେ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ଏହି ପର୍ଯ୍ୟାୟରେ ମୋଟ୍ ୧୦ ହଜାର ୮୮୨ବୁଥ୍ କରାଯାଇଛି। ଏଥିରୁ କେବଳ ୧୪୦୦ ବୁଥ ମହିଳାଙ୍କ ଦ୍ୱାରା ପରିଚାଳିତ ହେଉଛି। ଶାନ୍ତି ଶୃଙ୍ଖଳାର ସହ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି ଏବଂ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜାରି ରହିବ ମତଦାନ ।

Leave a Reply

Your email address will not be published. Required fields are marked *