Pratidin TV

Odisha's Digital News Platform

ଓଡିଶାକୁ ବନ୍ୟା ଭୟ : ସତର୍କ କରାଇଲା ପାଣିପାଗ ବିଭାଗ , ୫ ଜିଲ୍ଲାକୁ ହାଇ ଆଲର୍ଟ …

1 min read

ଭୁବନେଶ୍ୱର : ଗତ କାଲିର ଘୁର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଥିବା ଯୋଗୁ ,ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ସ୍ଥିତିକୁ ଦେଖି, ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

  • ମାଲକାନଗିରି , କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି ।
  • କିଛି ଜିଲ୍ଲାର ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେତୁ ଅକସ୍ମାତ ବନ୍ୟା ପରିସ୍ଥିତି ଉପୁଜିପାରେ ।
  • ତଳୁଆ ଅଞ୍ଚଳରେ ପାଣିଜମିବା ସହ ସହର ଅଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିବାର ସମ୍ଭାବନା ମଧ୍ୟ ରହିଛି ।
  • ସେହିପରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାପ୍ରତି ୪୦ ରୁ ୫୦କିମି ବେଗରେ ଝଡ଼ପବନ ସମ୍ଭାବନା ହେତୁ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

ତେବେ ଆଜି ମାନକାନାଗିରି, କୋରାପୁଟ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ ଏହି ଜିଲ୍ଲାଗୁଡିକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରିଛି । ସେହିପରି ନୂଆପଡା, ବଲାଙ୍ଗିର, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦେଶ ସହ ରାଜ୍ୟରେ ମଧ୍ୟ ଦେଖାଦେଇଛି ବର୍ଷାର ପ୍ରଳୟଙ୍କାରୀ ରୂପ । ନିକଟରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିକଟ କେରାଣ୍ଡି ପଞ୍ଚାୟତ ଡାଳିମ୍ବପୁରରେ ଧୋଇଯାଇଛି ଅସ୍ଥାୟୀ ପୋଲ। ଫଳରେ ୩ଟି ଗାଁର ପ୍ରାୟ ୩ ହଜାର ଲୋକ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛନ୍ତି ।

Leave a Reply

Your email address will not be published. Required fields are marked *