Pratidin TV

Odisha's Digital News Platform

ପୂର୍ବତନ ବୈଦେଶିକ ମନ୍ତ୍ରୀ ନଟବର ସିଂହଙ୍କ ପରଲୋକ

1 min read

ପୂର୍ବତନ ବୈଦେଶିକ ମନ୍ତ୍ରୀ କେ. ନଟୱର ସିଂଙ୍କ ଦେହାନ୍ତ । ଗୁରଗ୍ରାମ୍‌ର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମନମୋହନ ସିଂହ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ ନଟୱର ସିଂ। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ତାଙ୍କ ପରିବାର ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି।

ଦୀର୍ଘଦିନ ଧରି ନଟବର ସିଂ ବାର୍ଦ୍ଧକ୍ୟଜନିତ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। କିଛି ଦିନ ତଳେ ତାଙ୍କୁ ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଶନିବାର ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।

Advertisement

୧୯୩୧ ମସିହାରେ ରାଜସ୍ଥାନର ଭରତପୁର ଜିଲ୍ଲାରେ ଜନ୍ମ ହୋଇଥିଲେ ନଟବର ସିଂହ। ରାଜନୀତିରେ ପ୍ରବେଶ କରିବା ପୂର୍ବରୁ ସେ ଜଣେ ଡିପ୍ଲୋମାଟ ଥିଲେ। ୧୯୫୩ରେ ମାତ୍ର ୨୨ ବର୍ଷ ବୟସରେ ସେ ଆଇଏଫ୍‌ଏସ୍ ପାଇଥିଲେ। ସେ ୧୯୭୩ରୁ ୧୯୭୭ ପର୍ଯ୍ୟନ୍ତ ସେ ୟୁକେରେ ଭାରତର ଡେପୁଟି ହାଇ କମିଶନର ଭାବେ କାର୍ଯ୍ୟ କରିଥିଲେ। ୧୯୭୭ରେ ସେ ଜାମ୍ବିଆରେ ଭାରତର ହାଇକମିଶନର ଭାବେ ନିଯୁକ୍ତି ପାଇଥିଲେ। ୧୯୮୦ରୁ ୧୯୮୨ ପର୍ଯ୍ୟନ୍ତ ସେ ପାକିସ୍ତାନରେ ଭାରତର ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରିଥିଲେ।

ରାଜୀବ ଗାନ୍ଧୀଙ୍କ ସରକାରରେ ସେ ପ୍ରଥମେ ଇସ୍ପାତ ମନ୍ତ୍ରୀ ହୋଇଥିଲେ ଓ ପରେ ୧୯୮୬ରେ ବୈଦେଶିକ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ। ଜଣେ ଭଲ ଲେଖକ ଭାବେ ମଧ୍ୟ ତାଙ୍କର ପରିଚୟ ରହିଛି।

Leave a Reply

Your email address will not be published. Required fields are marked *