Pratidin TV

Odisha's Digital News Platform

କାକଟପୁରର ପୂବର୍ତନ ବିଧାୟକ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ

1 min read

ପରଲୋକରେ କାକଟପୁର ପୁର୍ବତନ ମନ୍ତ୍ରୀ ତଥା ବିଧାୟକ ସୁରେନ୍ଦ୍ରନାଥ ନାୟକ | ୯୩ ବର୍ଷ ବୟସରେ ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି | ଦୀର୍ଘ ଦିନରୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ ସୁରେନ୍ଦ୍ରନାଥ | କାକଟପୁରର ଲୋକପ୍ରିୟ ରାଜନେତା ଭାବେ ବେଶ ପରିଚିତ ଥିଲେ | ତେବେ କାକଟପୁରର ୭ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ |

ଅସ୍ତରଙ୍ଗ ପଞ୍ଚାୟତର ଚ୍ୟାରମ୍ୟାନ ଭାବେ ନିଜର ରାଜନୀତି କ୍ୟାରିୟର ଆରମ୍ଭ କରିଥିଲେ ସୁରେନ୍ଦ୍ରନାଥ ନାୟକ | ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ ସୁରେନ୍ଦ୍ରନାଥ । ୧୯୭୧ରେ ସେ ପ୍ରଥମେ ଉତ୍କଳ କଂଗ୍ରେସ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପରେ ୧୯୭୭, ୧୯୮୫, ୧୯୯୦, ୧୯୯୫ ଉପନିର୍ବାଚନ, ୨୦୦୦ ଓ ୨୦୦୪ ନିର୍ବାଚନରେ ଜିତି ବିଧାନସଭାକୁ ଆସିଥିଲେ । ୧୯୭୭ରୁ ୧୯୮୦ ମସିହା ପର୍ଯ୍ୟନ୍ତ ସେ ବିଧାନସଭାର ଉପବାଚସ୍ପତି ଥିଲେ ।

Advertisement

୨୦୦୨ରୁ ୨୦୦୪ ପର୍ଯ୍ୟନ୍ତ ସେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଥିଲେ। ୨୦୦୪ରେ କୃଷି ମନ୍ତ୍ରୀ ହୋଇଥିଲେ । ୨୦୧୨ରେ ସେ ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ହୋଇଥିଲେ। ତେବେ ସୁରେନ୍ଦ୍ରନାଥ ନାୟକ କାକଟପୁରର ଅତି ଟାଣୁଆ ନେତା ଥିଲେ | ସରପଞ୍ଚ ଭାବେ ରାଜନୀତି ମଇଦାନ କୁ ଓହ୍ଲାଇଥିବା ସୁରେନ୍ଦ୍ରନାଥ ଶିକ୍ଷା, ସ୍ୱାସ୍ଥ୍ୟ, ରାଜସ୍ବ ପରି ବିଭିନ୍ନ ବିଭାଗର ଦାୟିତ୍ୱ ତୁଲାଇଛନ୍ତି |

Leave a Reply

Your email address will not be published. Required fields are marked *