ପୂର୍ବତନମନ୍ତ୍ରୀ ସମୀର ଦେ ଅସୁସ୍ଥ, ICU ରେ ହେଲେ ଭର୍ତ୍ତି …
1 min readହସ୍ପିଟାଲରେ ଭର୍ତ୍ତି ହେଲେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ସମୀର ଦେ । ତାଙ୍କୁ କଟକର ସିଡିଏ ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ବର୍ତ୍ତମାନ ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଥିବା ସୂଚନା ମିଳିଛି। ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।