Pratidin TV

Odisha's Digital News Platform

ନଭେମ୍ବର ୧୫ରୁ କଟକ ଐତିହାସିକ ବାଲିଯାତ୍ରା ପ୍ରଥମ ଥର ପାଇଁ ହେବ ଗ୍ରୀନ କରିଡରର ବ୍ୟବସ୍ଥା 

1 min read

କଟକ ଐତିହାସିକ ବାଲିଯାତ୍ରା ଆସନ୍ତା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତ ଆରମ୍ଭ ହୋଇଛି | ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ। ପ୍ରଥମ ଥର ଲାଗି ବାଲିଯାତ୍ରା ପଡିଆରେ ଗ୍ରୀନ କରିଡରର ବ୍ୟବସ୍ଥା କରାଯିବ । ବୁଧବାର, ଶୁକ୍ରବାର ଓ ରବିବାର ଭିଡ଼କୁ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। ସେହିପରି ଯାନବାହନ ରଖିବା ପାଇଁ ପାର୍କିଂ ସ୍ଥଳ ଅଧିକ ହେବ । ତେବେ ଏଥର ବାଲିଯାତ୍ରାରେ ଟ୍ରାଫିକ୍‌ ପରିଚାଳନା ଓ ଟଏଲଟ୍‌ ସମସ୍ୟାକୁ ବିଶେଷ ଭାବରେ ଗୁରୁତ୍ବ ଦିଆଯିବ । ଶୃଙ୍ଖଳିତ ଓ ସୁରକ୍ଷିତ ବାଲିଯାତ୍ରା କରାଯିବା ନେଇ ଗୁରୁତ୍ବ ଦିଆଯିବ ବୋଲି ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓ ସାହେବ ସିନ୍ଧେ କହିଛନ୍ତି ।

ଷ୍ଟଲ ସଂଖ୍ୟା ୫ ଶହକୁ ବୃଦ୍ଧି ପାଇବ ବୋଲି କଟକ ଜିଲ୍ଲାପାଳ କହିଛନ୍ତି | ଆଇନ ଶୃଙ୍ଖଳା ଗମନାଗମନ, ଯାତାୟାତ, ଗମନାଗମନ, ଯାନବାହାନ, ପାର୍କିଂ, ସ୍ୱଚ୍ଛତା, ବିଦ୍ୟୁତ ଯୋଗାଣ, ପଡିଆ ସ୍ମୁତୁଲ କରିବା, ଖାଦ୍ୟ ସୁରକ୍ଷା, ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଅସ୍ଥାୟୀ ଶୌଚାଳୟ ନିର୍ମାଣ ଆଦି ପ୍ରସଙ୍ଗରେ ଆବଶ୍ୟକ ପଦକ୍ଷପ ଗ୍ରହଣ କରାଯାଇଛି |

Advertisement

କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ସମାଗମ ହୋଇଥାଏ | କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ ।

Leave a Reply

Your email address will not be published. Required fields are marked *