Pratidin TV

Odisha's Digital News Platform

ଅଗଷ୍ଟ ୯ରୁ ‘ହର ଘର ତ୍ରିରଙ୍ଗା’ ଅଭିଯାନ: ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରିବାକୁ ନିବେଦନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

1 min read

ଅଗଷ୍ଟ ୯ ରୁ ଆରମ୍ଭ ହେବ ହର ଘର ତ୍ରିରଙ୍ଗା ଅଭିଯାନ | ଅଗଷ୍ଟ ୯ ରୁ ୧୫ ତାରିଖ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରିବାକୁ ଦେଶବାସୀଙ୍କୁ ନିବେଦନ କରିଛନ୍ତି କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ । ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରି https://harghartiranga.com ୱେବସାଇଟରେ ନିଜର ସେଲ୍ଫି ଅପଲୋଡ୍ କରିବାକୁ ଦେଶବାସୀଙ୍କୁ ନିବେଦନ କରିଛନ୍ତି ଅମିତ ଶାହ।

ଅମିତ ଶାହ ଆଜି ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ କହିଛନ୍ତି, “ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ #HarGharTiranga ଅଭିଯାନ ଗତ ଦୁଇ ବର୍ଷ ମଧ୍ୟରେ ଏକ ଜାତୀୟ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ଦେଶର କୋଣ ଅନୁକୋଣରେ ପ୍ରତ୍ୟେକ ଭାରତୀୟଙ୍କ ଏକତାକୁ ଜାଗ୍ରତ କରିଛି । ମୁଁ ସମସ୍ତ ନାଗରିକଙ୍କୁ ନିବେଦନ କରୁଛି ଯେ ଏହି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରନ୍ତୁ ଏବଂ ପୁଣି ସେହି ଉତ୍ସାହର ସହ ଏଥିରେ ଅଂଶଗ୍ରହଣ କରନ୍ତୁ । ଆମର ଗର୍ବ, ଆମ ତ୍ରିରଙ୍ଗା, ତୁମ ଘରେ ତ୍ରିରଙ୍ଗା ସହିତ ଏକ ସେଲ୍ଫି ନିଅ, ଏବଂ ଏହାକୁ ହର ଘର ତ୍ରିରଙ୍ଗା ୱେବସାଇଟ https://harghartiranga.com ରେ ଅପଲୋଡ୍ କର ।”

Leave a Reply

Your email address will not be published. Required fields are marked *