Pratidin TV

Odisha's Digital News Platform

ବଢୁଛି ଖରା ଜଳୁଛି ସାରା ଓଡିଶା , କଲବଲ ହେଉଛନ୍ତି ଲୋକେ ..

1 min read

ଜଳୁଛି ସାରା ଓଡିଶା । ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ । ଏପଟେ ଖରାରେ ଅସ୍ତବ୍ୟସ୍ତ ହୋଇପଡିଲାଣି ଜନଜୀବନ । ପ୍ରବଳ ଖରା କୁ ନଜରରେ ରଖି ତିନିଦିନ ଯାଏ ହିଟୱେଭ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାସହ ରାଜ୍ୟରେ ଜାରି ରହିବ ଉଷ୍ମ ରାତିର ସ୍ଥିତି । ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆଦ୍ରତା ରହୁଛି । ଏନେଇ ଉଷ୍ମ ଓ ଆଦ୍ର ସ୍ଥିତି ୩ ଦିନ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । କେଉଁଝର, ମାଲକାନଗିରି ,ଅନୁଗୁଳ, ବୌଦ୍ଧ, ନୟାଗଡ଼, ବଲାଙ୍ଗୀର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉଷ୍ମ ରାତିର ସ୍ଥିତିକୁ ନେଇ ବଲାଙ୍ଗୀର, ବୌଦ୍ଧ, ଭଦ୍ରକ୍‌, କନ୍ଧମାଳ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ଗ୍ରୀଷ୍ମ ପ୍ରବାହକୁ ନେଇ ବଲାଙ୍ଗୀର, କେନ୍ଦୁଝର, ବୌଦ୍ଧ ,ମାଲକାନଗିରି , ନୟାଗଡ ଓ ଅନୁଗୁଳ ଏବଂ ଉଷ୍ମ ରାତ୍ରିର ସ୍ଥିତିକୁ ନେଇ ବଲାଙ୍ଗୀର, କଳାହାଣ୍ଡି,ବୌଦ୍ଧ , ଭଦ୍ରକ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Advertisement

ଛୋଟପିଲା, ବୟସ୍କ, ରୋଗାକ୍ରାନ୍ତ ଓ ଗର୍ଭବତୀ ମହିଳାଙ୍କୁ ଖରାକୁ ନ ଯିବାକୁ ବାରଣ କରାଯାଇଛି । ଅନ୍ୟପଟେ ଏପ୍ରିଲ ୬ ତାରିଖରୁ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ସୃଷ୍ଟି ହେଉଥିବା ନିମ୍ନ ଚାପରେଖା ପ୍ରଭାବରେ ୬, ୭, ୮ ଓ ୯ ତାରିଖରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଗତ ୨୪ ଘଂଟାରେ ୧୦ ସହରରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ବେଳେ ବୌଦ୍ଧରେ ୪୧.୮ ଡିଗ୍ରୀ ସେଲୀୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ବେଳେ କଳାହାଣ୍ଡିର କୋକସରା ରେ ୩୫.୦ ମିମି ବର୍ଷା ରେକର୍ଡ କରାଯାଇଛି ।

Leave a Reply

Your email address will not be published. Required fields are marked *