Pratidin TV

Odisha's Digital News Platform

ଗଭୀର ଅବପାତର ରୂପ ନେଲା ଲଘୁଚାପ , ଓଡ଼ିଶାର ଏହି ସବୁ ଜିଲ୍ଲାରେ କାଚିବ ବର୍ଷା …

1 min read

ଅବପାତର ରୂପ ନେଇଛି ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ଆଜିଠାରୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି। ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଏବଂ କେନ୍ଦୁଝରକୁ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି ।ପ୍ରବଳ ବର୍ଷା ନେଇ ରବିବାର ୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଏଥିସହ ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବରଗଡ଼, ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷିବ। ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଏହାକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲାର ସମସ୍ତ ସ୍କୁଲ କଲେଜ, ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।ସୂଚନାଥାଉ କି, ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି ଅବପାତ। ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝରକୁ ରେଡ ଆଲର୍ଟଜାରି କରାଯାଇଛି।

Leave a Reply

Your email address will not be published. Required fields are marked *