Pratidin TV

Odisha's Digital News Platform

ଓଡିଶାରେ ଘୂର୍ଣ୍ଣୀବଳୟ: ଆସନ୍ତା ୭ ରୁ ପ୍ରବଳ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ । ତେବେ ଆସନ୍ତା ୭ ତାରିଖରୁ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ।

ଲଘୁଚାପ ପ୍ରଭାବରୁ ସୋମବାରଠାରୁ ରାଜ୍ୟରେ ଭାରୀ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ ଦେଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।
୫ରୁ ୭ ତାରିଖ ଯାଏ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *