Pratidin TV

Odisha's Digital News Platform

ଆହୁରି ୪ ଦିନ ଛେଚିବ ବର୍ଷା ; ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ..

1 min read

ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ  ।  ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯେଉଁଥି ପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ଜାରି କରାଯାଇଛି ଏବଂ ସତର୍କ ରହିବା ପାଇଁ SRC ପରାମର୍ଶ ଜାରି କରିଛନ୍ତି ।  ବର୍ଷା ଯୋଗୁଁ ହଠାତ୍ ପାଣି ମାଡ଼ି ଆସିପାରେ । ଯେଉଁଥି ପାଇଁ ଜଳବନ୍ଦୀ ସ୍ଥିତି ହେବା ନେଇ ସମ୍ଭାବନା ରହିଛି ଏବଂ ପାହାଡ଼ିଆ ଅଞ୍ଚଳରେ ମାଟି ଧସିବାର ମଧ୍ୟ ଭୟ ରହିଛି । ପ୍ରବଳ ବର୍ଷା ନେଇ  ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣି ପାଗ ବିଭାଗ ।

ଆଜି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ସାନପୁର, ବୌଦ୍ଧ, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି  ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସଆରସି ସୂଚନା ଜାରି କରିଛନ୍ତି । ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଏବଂ ସୁନ୍ଦରଗଡ଼ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *