Pratidin TV

Odisha's Digital News Platform

ବର୍ଷାରେ ଭିଜିବ ବାହୁଡ଼ା , ଆସୁଛି ଦୁଇ ଦୁଇଟି ଲଘୁଚାପ ..

1 min read

ବର୍ଷାରେ ଭିଜିବ ଓଡିଶା  ଆସୁଛି ଦୁଇ ଦୁଇଟି ଲଘୁଚାପ । କାରଣ ବଙ୍ଗୋପସାଗରରେ ଆସିପାରେ ଦୁଇ ଦୁଇଟି ବଡ ଲଘୁଚାପ । ଜୁଲାଇ ୧୫ ତାରିଖ ସୁଦ୍ଧା ପଶ୍ଚିମ ବଙ୍ଗୋପସାଗରରେ ପ୍ରଥମ ଲଘୁଚାପ ସୃଷ୍ଟି ହୋଇପାରେ । ଆସନ୍ତାକାଲି ବେଳକୁ ଉତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ପ୍ରଥମ ଲଘୁଚାପ କ୍ଷେତ୍ର । ଆଉ ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।୪ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ହେବ। ୧୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ୨ ଦିନ ଅତିପ୍ରବଳ ବର୍ଷା ରହିଥିବାରୁ ଏ ବର୍ଷ ବାହୁଡ଼ା ଭିଜିବାକୁ ଯାଉଛି।

ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ରପତନରୁ ୩.୧ କିମି ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସକ୍ରିୟ ରହିଛି। ଏହି କାରଣରୁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ରବିବାର ଓ ସୋମବାର ରାଜ୍ୟର ଅଧିକାଂଶ ଜିଲ୍ଲାରେ ଭାରୀ ବର୍ଷା ହେବା ନେଇ ଆକଳନ କରାଯାଇଛି। ଆଜି ସନ୍ଧ୍ୟାାରେ ଭୁବନେଶ୍ବରରେ ପ୍ରବଳ ବର୍ଷା ହୋଇଛି। ଏହାସହ ସମସ୍ତ ଉପକୂଳବର୍ତ୍ତୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ରବିବାର ରାୟଗଡ଼ା, କନ୍ଧମାଳ, କୋରାପୁଟ ଓ ମାଲାକନଗିରି ଆଦି ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାରେ ଅତିପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି, ନବରଙ୍ଗପୁର, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Leave a Reply

Your email address will not be published. Required fields are marked *