ଆସୁଛି ବଡ ଲଘୁଚାପ , ଏହି ସବୁ ଜିଲ୍ଲା ରେ ପ୍ରବଳ ବର୍ଷା ….
1 min readଆସନ୍ତା ୧୨ ତାରିଖରେ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୩ ତାରିଖରେ ଏହା ଲଘୁଚାପ ରୂପ ନେବ । ପରେ ୨୪ରୁ ୪୮ ଘଣ୍ଟା ଭିତରେ ଏହା ଅବପାତରେ ପରିଣତ ହୋଇପାରେ । ବୁଧବାର ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ୧୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ ଓ କେନ୍ଦୁଝରକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ରହିଛି।
ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରୁ ୩ରୁ ୪ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ତେବେ ଛତିଶଗଡ଼ ଉପରେ ଥିବା ଅବପାତ ଆହୁରି ଦୁର୍ବଳ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ବୁଧବାର ଏହା ପୁଣି ଥରେ ଘନୀଭୂତ ହୋଇ ଉତ୍ତର ମଧ୍ୟପ୍ରଦେଶ ଓ ସଂଲଗ୍ନ ଉତ୍ତରପ୍ରଦେଶ ଉପରେ ଅବପାତରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଆସନ୍ତା ୧୪ ତାରିଖ ଯାଏ ରାଜ୍ୟରେ ଭିନ୍ନ ଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।