Pratidin TV

Odisha's Digital News Platform

ମାଡି ଆସୁଛି ପଛକୁ ପଛ ଲଘୁଚାପ , ବୁଡ଼ିଯିବ ଏହି ୨ଟି ଜିଲ୍ଲା ..

ପୁଣି ଥରେ ଭିଜିବ ଓଡିଶା । ରାଜ୍ୟରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ଲାଗିରହିବ ବର୍ଷା । ଉପକୂଳ ସମେତ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ସେହିସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆରସି) ନିର୍ଦ୍ଦେଶ ଦେଇଛନ୍ତି । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ  ବର୍ତ୍ତମାନ ଦକ୍ଷିଣ ବାଂଲାଦେଶ ଓ ତତ୍ସଂଲଗ୍ନ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି । ଏହି ଘୂର୍ଣ୍ଣବଳୟ ଉତ୍ତର ଦିଗକୁ ଗତି କରୁଥିବା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତହେବାର ସମ୍ଭାବନା ରହିଛି । ପ୍ରଭାବରେ ୫ ଦିନ ଯାଏଁ ଲଗାଣ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । ହାଲୁକାରୁ ମଧ୍ୟମ ଧରଣର ସହ କିଛି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ଶୁକ୍ରବାର ଠାରୁ ବର୍ଷା ବଢ଼ିବ । ଶୁକ୍ରବାର ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭ରୁ ୧୦ ସେମି ପର୍ଯ୍ୟନ୍ତ ବର୍ଷା ହେବ । ଏହିସବୁ ଜିଲ୍ଲାଗୁଡିକ ହେଲା ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ଜଗତସିଂହପୁର, କେନ୍ଦ୍ରପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା । ସେହିପରି ୨୪ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଦୁଇ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ ଓ ଗଜପତିରେ ବର୍ଷା ହେବାର ସମ୍ଭାବନା ରହିଛି । ୨୫ ତାରିଖରେ ସମ୍ବଲପୁର, ଅନୁଗୁଳ, ବରଗଡ, ଝାରସୁଗୁଡ଼ା, ସୋନପୁର ଓ ବୌଦ୍ଧରେ ବର୍ଷା ହେବ । ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ: ଗୃହ ସାଢ଼େ ୧୧ଟା ଯାଏଁ ମୁଲତବି ଘୋଷଣା ୨୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଆସ୍ତେ ଆସ୍ତେ କମିବ । କିନ୍ତୁ ୨୯ ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସେପ୍ଟେମ୍ବର ୪ ତାରିଖ ପ୍ରର୍ଯ୍ୟନ୍ତ ବର୍ଷା ଲାଗି ରହିବ ।

Leave a Reply

Your email address will not be published. Required fields are marked *