Pratidin TV

Odisha's Digital News Platform

ଆହୁରି ୩ଦିନ କାଚିବ ବର୍ଷା,୧୭ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ ଜାରି..

1 min read

ଭୁବନେଶ୍ୱର : ମିଆଁମାରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହା ଶୁକ୍ରବାର ଉତ୍ତର-ଆଣ୍ଡାମାନ ସାଗର ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପ୍ରବେଶ କରିବ । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବା ସହ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଆଗକୁ ବଢ଼଼ିବ । ଏନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୯ ଓ ୩୦ରେ ପ୍ରବଳ ବର୍ଷା ହେବ । ଏହା ବ୍ୟତୀତ ୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଶଙ୍କା କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲା ପାଇଁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି ।

ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତାକାଲି ଠାରୁ ବଢିବ ବର୍ଷାର ପରିମାଣ । ୧୭ ଜିଲ୍ଲାକୁ ୟୋଲୋ ଆଲର୍ଟ ଦିଆଯାଇଛି ସେଥିରୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି ।

Advertisement

Leave a Reply

Your email address will not be published. Required fields are marked *