Pratidin TV

Odisha's Digital News Platform

(ଭିଡିଓ) ଘନୀଭୂତ ହେଲାଣି ଲଘୁଚାପ, ଆଜି ଠାରୁ ପୁଣି ୩ଦିନ ପର୍ଯ୍ୟନ୍ତ କାଚିବ ବର୍ଷା…

1 min read

ଭୁବନେଶ୍ୱର: ସୃଷ୍ଟି ହେଲା ସୁଦୃଶ ଲଘୁଚାପ । ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ଏହା ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳମୁହାଁ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ପ୍ରାୟ ୩ ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଜାରି ରହିବା ସହ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି । ପ୍ରଥମେ ଉତ୍ତର ଓଡ଼ିଶା ଓ ପରେ କେନ୍ଦ୍ରୀୟ ଏବଂ ଶେଷରେ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ବଢିବ । ତେଣୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ ବିଭାଗ ୟେଲୋ ଓ ଅରେଞ୍ଜ ଆଲର୍ଟ ୱାର୍ଣ୍ଣିଂ ଜାରି କରିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗରର ସୂଚନା ଅନୁସାରେ, ଆଜି କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲାଗୁଡ଼ିକରେ ପ୍ରାୟ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ଆକଳନ କରାଯାଉଛି । ଏହଛଡା ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

Advertisement

Leave a Reply

Your email address will not be published. Required fields are marked *