Pratidin TV

Odisha's Digital News Platform

ଆସୁଛି ଆଉ ଏକ ଲଘୁଚାପ , ଛେଚିବ ବର୍ଷା ଏହି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ ..

ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଯାହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ବାଂଲାଦେଶ ଲଘୁଚାପ ସମ୍ଭାବନା ରହିଛି । ଏହାର ପ୍ରଭାବରେ ଶୁକ୍ରବାର ସେପ୍ଟେମ୍ବର ୧୩ ଠାରୁ ୧୬ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ଏନେଇ ଗୁରୁବାର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଅନ୍ୟପକ୍ଷରେ ଆସନ୍ତା 24 ଘଣ୍ଟା ମଧ୍ୟରେ କଳାହାଣ୍ଡି ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ନିଙ୍ଗ ଜାରି କରାଯାଇଥିଲା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ଅଛି |ସେପ୍ଟେମ୍ବର ୧୩ ଠାରୁ ୧୫ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।ତେବେ ଲଘୁଚାପ ପ୍ରଭାବରେ ଶନିବାର ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲାପାଳ ଶନିବାର ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *