Pratidin TV

Odisha's Digital News Platform

ବର୍ଷାରୁ ନିସ୍ତାର ନାହିଁ , ଏହି ଜିଲ୍ଲା ଗୁଡିକୁ ଆଲର୍ଟ ଜାରି କଲେ ପାଣିପାଗ ବିଭାଗ ..

1 min read

ପୁଣି ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇପାରେ ଏକ ଘୂର୍ଣ୍ଣିବଳୟ  । ଯାହାର  ପ୍ରଭାବରେ ୨୪ ଓ ୨୫ ତାରିଖ ଦୁଇ ଦିନ ଧରି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର ଓ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ତାହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲା ପାଇଁ ଆଜି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୨ ଓ ୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉପକୂଳ ଓ ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ ।

୨୪ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଆଦି ୫ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ୨୫ ତାରିଖରେ ସମ୍ବଲପୁର ଓ ଅନୁଗୋଳ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ କରାଯାଇଛି। ଏଥିସହ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ ୨୨ରୁ ୨୫ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଘଣ୍ଟାପ୍ରତି ପବନର ବେଗ ୩୫ ରୁ ୪୫ କି.ମି. ରହିବା ସହ ଘଣ୍ଟା ପ୍ରତି ୫୫ କି.ମି. ବେଗରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ତେଣୁ ଓଡ଼ିଶା ଉପକୂଳକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ମନା କରାଯାଇଛି। ଅପରପକ୍ଷେ ବୁଧବାର ନୟାଗଡ଼ରେ ସର୍ବାଧିକ ୩୯ ମିମି ବର୍ଷା ରେକର୍ଡ କରାଯାଇଥିବା ସୂଚନା ଦିଆଯାଇଛି।

Advertisement

Leave a Reply

Your email address will not be published. Required fields are marked *