Pratidin TV

Odisha's Digital News Platform

ପ୍ରବଳ ବର୍ଷିବ: ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

1 min read

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି ମୌସୁମୀ । ଦକ୍ଷିଣ ଛତିଶଗଡ଼ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଜାରି ରହିଛି ବର୍ଷା । ଏହାର ପ୍ରଭାବରେ ଅଧିକାଂଶ ଅଞ୍ଚଳରେ ପାଗ ମେଘୁଆ ରହିବା ସହିତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଛି । ଆସନ୍ତା ୩୦ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷକରି ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରଭାବ ସାମାନ୍ୟ ଅଧିକ ରହିବାର ଆକଳନ କରାଯାଇଛି । ୩୦ ତାରିଖ ପରେ ବର୍ଷା ବଢିବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଏକ ଟ୍ରପଲାଇନ ସୃଷ୍ଟି ହୋଇପାରେ । ଏହା ସହିତ ଘୂର୍ଣ୍ଣିବଳୟ ଓ ସକ୍ରିୟ ମୌସୁମୀ ବର୍ଷା ପରିମାଣ ବଢାଇବ । ଆସନ୍ତା ୨୪ଘଣ୍ଟାରେ ବର୍ଷା ନେଇ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକକୁ ସତର୍କତା ଜାରି ହୋଇଛି ।

Advertisement

Leave a Reply

Your email address will not be published. Required fields are marked *