୨୩ ଯାଏଁ ରାଜ୍ୟରେ ନିର୍ଦ୍ଧୁମ ଛେଚିବ, ଶନିବାର ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ।
1 min read୧୯ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି । ଏନେଇ ଶନିବାର ସକାଳୁ ସକାଳୁ ଓଡିଶାର ଅନେକ ଜିଲ୍ଲାରେ ବର୍ଷା ଦେଖାଦେଇଛି । ବର୍ତ୍ତମାନ ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂର ଓ ଗୋପାଳପୁରରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୬୦ କିମି ଦୂରରେ ରହିଛି ଅବପାତ ।
ଆଜି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଯାଇ ପୁରୀ ନିକଟ ଚିଲିକାରେ ଅବପାତ ଅତିକ୍ରମ କରିବ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୩ ତାରିଖ ଯାଏଁ ବର୍ଷା ହେବ । ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଆଲର୍ଟ ଜାରି ହୋଇଛି ।