Pratidin TV

Odisha's Digital News Platform

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ : ୨୫ରୁ ବଢିବ ବର୍ଷା , ଏହି ସବୁ ଜିଲ୍ଲାକୁ ହାଇ ଆଲର୍ଟ …

1 min read

ଭୁବନେଶ୍ୱର : ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପଶ୍ଚିମ କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ , ସମୁଦ୍ର ପତ୍ତନ ଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବିସ୍‌ୃତି ବଢିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର ଆଦି ସ୍ଥାନରେ ବର୍ଷା ପାଇଁ ଆଲର୍ଟ କରାଯାଇଛି । ଏହା ସହ ଗତକାଲି ଅର୍ଥାତ୍ ୨୫ ଜୁଲାଇ ପାଇଁ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହ ସୁବର୍ଣ୍ଣପୁର, ବୌଦ୍ଧ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Advertisement

Leave a Reply

Your email address will not be published. Required fields are marked *