Pratidin TV

Odisha's Digital News Platform

ବାତ୍ୟା ‘ଦାନା’ ପାଇଁ ୨ ଦିନ ହାଇକୋର୍ଟ ଛୁଟି

1 min read

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨ ଦିନ ଛୁଟି ଘୋଷଣା କରାଯାଇଛି ହାଇକୋର୍ଟ । ଆଜି ଅର୍ଥାତ ୨୪ ଏବଂ ୨୫ ତାରିଖରେ ବନ୍ଦ ରହିବ ହାଇକୋର୍ଟ । ସମ୍ଭାବ୍ୟ ବାତ୍ୟା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ନଭେମ୍ବର ୩୦ ଓ ଡିସେମ୍ବର ୭ ଶନିବାର ଖୋଲା ରହିବ ହାଇକୋର୍ଟ।

ସୂଚନା ଅନୁଯାୟୀ, ଆଜି ତଥା ଗୁରୁବାର ଭୀଷଣ ବାତ୍ୟାରେ ପରିଣତ ହୋଇ ସ୍ଥଳଭାଗ ଛୁଇଁବ ଦାନା। ୨୪ ରାତିରେ ୨୫ ସକାଳ ମଧ୍ୟରେ ଭିତରକନିକା-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ ଦାନା। ବୁଧବାର ରାତିରୁ ଗୁରୁବାର ସକାଳ ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେବ। ଲ୍ୟାଣ୍ଡଫଲ୍ ବେଳେ ୧୧୦ ରୁ ୧୨୦ ଯାଏଁ ପବନର ବେଗ ରହିବ। ଆଜି ତଥା ୨୪ ଓ ୨୫ ତାରିଖରେ ବାତ୍ୟାର ପ୍ରଭାବ ଅଧିକ ରହିବ। ଏହା ଏବେ ପାରାଦୀପ ଠାରୁ ୫୨୦ ଓ ସାଗରଦ୍ୱୀପ ଠାରୁ ୬୦୦ କିମି ଦୂରରେ ରହିଛି। ବାତ୍ୟା ଏବେ ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି। ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଛି।

Advertisement

Leave a Reply

Your email address will not be published. Required fields are marked *