Pratidin TV

Odisha's Digital News Platform

ନଭେମ୍ବର ୧୫ ସୁଦ୍ଧା ସିସିଟିଭି ନଲାଗିଲେ , ବାତିଲ ହେବ ଯୁକ୍ତ ୨ ପରୀକ୍ଷା କେନ୍ଦ୍ର ..

ଚଳିତ ବର୍ଷ ନଭେମ୍ବର ୧୫ ତାରିଖ ସୁଦ୍ଧା ସମସ୍ତ ଯୁକ୍ତ ୨ ପରୀକ୍ଷା କେନ୍ଦ୍ର ଗୁଡିକରେ ସିସିଟିଭି ନଲଗାଇଲେ ପରୀକ୍ଷା କେନ୍ଦ୍ର ଗୁଡିକୁ ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।

ଯଦି କୌଣସି ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା’ ରିପୋର୍ଟ ଦେବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।

ପରୀକ୍ଷା ସ୍ୱଚ୍ଛ ଓ ସହଜ କରିବାକୁ ପରିଚାଳନା ହବ୍, ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଫିସ୍, ଏକଜାମ୍ ହଲ୍ ସହ ସେଲ୍ଫ ଫାଇନାଲିଂ କଲେଜର ସମସ୍ତ ଲାବରେଟୋରିରେ ବି ସିସିଟିଭି ଲଗାଇବାକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଶିକ୍ଷାନୁଷ୍ଠାନ ଧାର୍ଯ୍ୟ ସମୟରେ ନିର୍ଦ୍ଦେଶ ଅନୁପାଳନ ନ କରିବେ ସେଠି ଉଭୟ ଥିଓରୀ ଓ ପ୍ରାକ୍ଟିକାଲ ପରୀକ୍ଷା ବାତିଲ୍ କରାଯିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯିବାକୁ ନିଷ୍ପତ୍ତି ହୋଇଛି।

Leave a Reply

Your email address will not be published. Required fields are marked *