ଭୟ ବଢାଇଲାଣି କରୋନା : ୨୪ ଘଣ୍ଟାରେ ୩୦୦ ପାର କଲା ଦୈନିକ ସଂକ୍ରମଣ
1 min readଭୁବନେଶ୍ୱର: ରାଜ୍ୟରେ କରୋନା ଚାରିଆଡ଼େ କାୟାବିସ୍ତାର କଲାଣି । ବଢ଼ୁଥିବା ସଂକ୍ରମଣ ଛାନିଆ କଲାଣି । ଆଗକୁ ବି ପୁଣି ରାଜ୍ୟରେ ଦୈନିକ ସଂକ୍ରମଣ ବଢ଼ିବ ବୋଲି ଅନୁମାନ କରାଯାଉଛି । ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୩୦୦ ଶହ ପାର୍ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୬ କରୋନା ପଜିଟିଭ୍ ଚିହ୍ନଟ ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୪୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୫୩୮ଜଣ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୫୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୧୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୦୦୪୯ ଜଣ ସୁସ୍ଥ ହୋଇଛନ୍ତି