Pratidin TV

Odisha's Digital News Platform

ମିଟିଂ ପାଇଁ ଆସିଥିଲେ ଭୁବନେଶ୍ୱର , ଶାନ୍ତି ଗେଷ୍ଟ ହାଉସ୍‌ରୁ ମିଳିଲା ଶିଳ୍ପପତିଙ୍କ ମୃତଦେହ ……

1 min read

ଭୁବନେଶ୍ୱର ; ଗେଷ୍ଟ ହାଉସରୁ ମିଳିଲା ଶିଳ୍ପପତିଙ୍କ ଗଳିତ ମୃତଦେହ । ଭୁବନେଶ୍ୱର ମୈତ୍ରିବିହାର ଥାନା ଅଞ୍ଚଳର ଶାନ୍ତି ଗେଷ୍ଟ ହାଉସରୁ ସନ୍ଦେହଜନକ ଅବସ୍ଥାରେ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ତପନ ପ୍ରସାଦ ଆଚାର୍ଯ୍ୟ । ସେ ଶୁଭମ ବାୟୋ ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ହୋଇଥିବା ଜଣାପଡିଛି । ଘର ଫୁଲବାଣି ସଦର ଥାନା ଲେଙ୍ଗର ସାହି ଅଞ୍ଚଳରେ ।

ସୂଚନା ଅନୁ୍‌ଯାୟୀ ସେ ମଙ୍ଗଳବାର ଦିନ କର୍ପୋଟରେ ମିଟିଂ ପାଇଁ ଭୁବନେଶ୍ବର ଆସିଥିବା ବେଳେ ତାଙ୍କର ଗଳିତ ମୃତଦେହ ଉଦ୍ଧାର ଉଦ୍ଧାର କରାଯାଇଛି । ଗତକାଲି ଅପରାହ୍ନରେ ମୈତ୍ରୀ ବିହାର ଥାନା ଗଜପତି ନଗରରେ ଥିବା ଶାନ୍ତି ଗେଷ୍ଟ ହାଉସରୁ ଶିଳ୍ପପତି ତପନ ପ୍ରସାଦଙ୍କ ମୃତଦେହ ଉଦ୍ଧାର କରାଯାଇଛି । ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି । ତେବେ ଏହି ଶିଳ୍ପପତି ଜଣକ ସବୁ ମାସ ପରି ଭୁବନେଶ୍ୱର ଆସିଥିଲେ ଏକ କର୍ପୋରେଟ ମିଟିଂ ପାଇଁ ।

Advertisement

ମଙ୍ଗଳବାର ଶାନ୍ତି ଗେଷ୍ଟ ହାଉସରେ ଚେକ୍ ଇନ୍ କରି ୨୦୨ ନମ୍ବର ରୁମରେ ରହୁଥିଲେ। ଗତକାଲି ତାଙ୍କ ମୃତଦେହ ମିଳିଥିବା ନେଇ ପୋଲିସ ପରିବାର ଲୋକଙ୍କୁ ଖବର ଦେଇଥିଲା । ତେବେ କେମିତି ଶିଳ୍ପପତିଙ୍କ ମୃତ୍ୟୁ ହେଲା, ଏହା ହତ୍ୟା ନା ଆଉ କିଛି କାରଣ ରହିଛି ସେନେଇ କିଛି ସ୍ପଷ୍ଟ ହୋଇ ନାହିଁ । ପାରିପାର୍ଶିକ ସ୍ଥିତିରୁ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି ।

Leave a Reply

Your email address will not be published. Required fields are marked *