Pratidin TV

Odisha's Digital News Platform

ଆହୁରି ଦୁଇ ଦିନ ବର୍ଷିବ, ଆଜି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ

1 min read

ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା |ତୁହାକୁ ତୁହା ବର୍ଷା କାରଣରୁ ଆକାଶରେ କଳା ହାଣ୍ଡିଆ ମେଘ ଘୋଟି ଆସିଛି | ତେବେ ଏହିପରି ଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ | ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମକେନ୍ଦ୍ରୀୟ ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ଏହା ସହ ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।

ଯାହାର ପ୍ରଭାବରେ ରାଜ୍ୟର ଉପକୂଳ ଅଞ୍ଚଳରେ ବର୍ଷା ଲାଗି ରହିଛି । ଏହା ସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ୟେଲୋ ଆଲର୍ଟ ଜାରି ହୋଇଛି ।

Advertisement

୨୭ ତାରିଖରୁ ବର୍ଷାର ପରିମାଣ କମିଲେ ମଧ୍ୟ ବଜ୍ରପାତ ଜନିତ ବର୍ଷା ଜରି ରହିବ । ବିଶେଷ କରି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ବିଜୁଳି ସହ ବର୍ଷା ହେବ । ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ।

Leave a Reply

Your email address will not be published. Required fields are marked *