Pratidin TV

Odisha's Digital News Platform

ରାଜ୍ୟସଭାପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଜଗନ୍ନାଥ ପ୍ରଧାନ ..

ରାଜ୍ୟସଭା ନିର୍ବାଚନ ପାଇଁ   ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଭରିଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ। ଗତକାଲି ମମତା ମହାନ୍ତଙ୍କ ନାଁ ବିଜେପି ଘୋଷଣା କରିବା ପରେ ବୁଧବାର ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଥିଲେ। ମମତାଙ୍କ ନାମାଙ୍କନ ଦାଖଲ କରିବାର କିଛି ସମୟ ପରେ ଜଗନ୍ନାଥ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି।ଭୁବନେଶ୍ୱର ମଧ୍ୟ ଆସନରୁ ସେ ବିଧାନସଭା ନିର୍ବାଚନରେ ପ୍ରାର୍ଥୀ ହୋଇଥିଲେ | ତେବେ ସେ ଚଳିତ ନିର୍ବାଚନରେ ହାରିଯାଇଥିଲେ |

ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖ ଉପସ୍ଥିତ ଥିଲେ। ତେବେ ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ ବିଜେପି ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହାନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ।  କିନ୍ତୁ ଆବଶ୍ୟକତା ପଡ଼ିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ହୋଇପାରେ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।

Leave a Reply

Your email address will not be published. Required fields are marked *