Pratidin TV

Odisha's Digital News Platform

ଦିନକୁ ଦିନ ଆକାଶଛୁଆଁ ହେଉଛି ସୁନାଦର,କିଣିବା ପୂର୍ବରୁ ପକାନ୍ତୁ ନଜର…


ଭୂବନେଶ୍ୱର: ସୁନା ରୁପା ଦର ବୃଦ୍ଧି ଆକାଶ ଛୁଆଁ । ଇସ୍ରାଏଲ ହାମାସ ଲଲଢେଇ ପାଇଁ ସୁନା ଦର ପ୍ରଭାବିତ ହୋଇଛି । ପରବର୍ତ୍ତୀ ସମୟରେ ବି ଏହା ମୁଲ୍ୟ ଆହୁରୀ ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି । ତେବେ ଖୁବଶୀଘ୍ର ଆପଣ କିଣି ନିଅନ୍ତୁ ଗହଣା । ତେବେ ଆଜି ଆପଣ ଯଦି ସୁନା କିଣିବା ପାଇଁ ଚାହୁଁଛନ୍ତି ତେବେ ଆଉ ଡେରି ନ କରି ଯଥା ଶୀଘ୍ର ପାଖ ସହର ବା ବଜାରରୁ ସୁନା ଗହଣା କିଣି ଆଣନ୍ତୁ । କାରଣ ଗତକାଲି ଠାରୁ ଆଜିି ସୁନାଦର ବୃଦ୍ଧି ପାଇଛି । ଆସନ୍ତୁ ଜାଣିବା କେଉଁଆଡେ କେତେ ମୁଲ୍ୟ ରହିଛି ।


ଆମେ ପ୍ରଥମେ ଜାଣିବା ରାଜଧାନୀ ଭୂବନେଶ୍ୱରରେ ସୁନା ଗ୍ରାମ ପ୍ରତି ମୂଲ୍ୟ କେତେ ରହିଛି । ତେବେ ଭୂବନେଶ୍ୱରରେ ଦେଖିବାକୁ ଗଲେ ୨୨ କ୍ୟାରେଟ ସୁନା ମୂଲ୍ୟ ଗ୍ରାମ ପ୍ରତି ୫.୫୪୦ ଟଙ୍କା ମୂଲ୍ୟ ରହ୍ୟିଥିବା ବେଳେ ୧୦ ଗ୍ରାମ ପ୍ରତି ୫୫.୪୦୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ କଥା କହିଲେ ଏହାର ଗ୍ରାମ ପ୍ରତି ୬.୪୪୦ ଟଙ୍କା ରହିଥିବା ବେଳେ ୧୦ ଗ୍ରାମପ୍ରତି ମୁଲ୍ୟ ରହିଛି ୬୦.୪୪୦ ଟଙ୍କା । ତେବେ ଆମେ ଯଦି କଟକରେ ସୁନା ମୁଲ୍ୟ ଦେଖିବାକୁ ଯିବା ତେବେ ୨୨ କ୍ୟାରେଟ ସୁନା ଗ୍ରାମ ପ୍ରତି ୫.୫୪୦ ଟଙ୍କା ଓ ୧୦ ଗ୍ରାମପ୍ରତି ୫୫.୪୦୦ ଟଙ୍କା ମୁଲ୍ୟ ରହିଛି । ଆଉ ୨୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ଗ୍ରାମପ୍ରତି ୬.୦୪୪ ଟଙ୍କା ରହିଥିବା ବେଳେ ୧୦ ଗ୍ରାମ ପ୍ରତି ୬୦.୪୪୦ ଟଙ୍କା ମୂଲ୍ୟ ରହିଛି ।


ଏହା ବ୍ୟତୀତ ଦେଶର ପ୍ରମୁଖ ସହର ଗୁଡିକରେ ସୁନା ମୁଲ୍ୟ କୁ ଦେଖିବାକୁ ଗଲେ ନୁଆଦିଲ୍ଲୀରେ ୨୨ କ୍ୟାରେଟ ସୁନାମୁଲ୍ୟ ୧୦ ଗ୍ରାମ ପ୍ରତି ୫୫,୫୫୦ ଟଙ୍କା ଏବ ୨୪ କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୬୦,୫୯୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨କ୍ୟାରେଟ ସୁନା ମୁଲ୍ୟ ୧୦ ଗ୍ରାମ ପ୍ରତି ୫୫.୪୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ମୁଲ୍ୟ ୬୦,୪୪୦ ଟଙ୍କା ରହିଛି । ଏହାସହ କୋଲକାତା ସହରରେ ୨୨ କ୍ୟାରେଟ ସୁନା ୫୫.୪୦୦ ଏବଂ ୨୪ କ୍ୟାରେଟ ସୁନାମୁଲ୍ୟ ୬୦,୪୪୦ ଟଙ୍କା ରହିଛି ।

Leave a Reply

Your email address will not be published. Required fields are marked *