Pratidin TV

Odisha's Digital News Platform

ଉତ୍ତର ବଙ୍ଗୋପ ସାଗରରେ ଲଘୁଚାପ ,ଅତି ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି!

1 min read

ପୁଣି ସୃଷ୍ଟିହେଲା  ଲଘୁଚାପ କ୍ଷେତ୍ର । ପଶ୍ଚିମବଙ୍ଗ ଓ ବାଂଲାଦେଶ ନିକଟବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗରେ ସକ୍ରିୟ । ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ରାଜ୍ୟରେ ବର୍ତ୍ତମାନ  ମୌସୁମୀ ବର୍ଷା ଜାରି ରହିଥିବା ବେଳେ ଆଜିଠାରୁ 5ରୁ 7ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା ।

ଆଜି ରାଜ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥି ପାଇଁ  ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, କୋରାପୁଟ, ଦେବଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisement

Leave a Reply

Your email address will not be published. Required fields are marked *