Pratidin TV

Odisha's Digital News Platform

ସୃଷ୍ଟି ହେଲାଣି ଲଘୁଚାପ, ଆସୁଛି ବଡ ବର୍ଷା

1 min read

ଭୁବନେଶ୍ୱର : ସରୁଛି ସେପ୍ଟେମ୍ବର ମାସ ଅକ୍ଟୋବର ଆରମ୍ଭରୁ ପୁଣି ହେବ ବର୍ଷା । କାରଣ ସୃଷ୍ଟି ହେଲାଣି ଲଘୁଚାପ । ପୁଣି ରାଜ୍ୟକୁ ଆସୁଛି ବଡ଼ ବର୍ଷା । ମିଆଁମାରା ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପରବର୍ତ୍ତୀ ସମୟରେ ଏହା ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବ । ପ୍ରଭାବରେ ଆଜିଠୁ ୩ ଦିନ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକକୁ ସତର୍କତା ଜାରି କରାଯାଇଛି । ସେହିଭଳି ୨୦ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ସର୍ତକ ଆଲର୍ଟ ଜାରି କରାଯାଇଛି ।

କାଲି ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୧ ତାରିଖରେ ଆହୁରି ବଢିବ ବର୍ଷାର ପରିମାଣ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

Advertisement

Leave a Reply

Your email address will not be published. Required fields are marked *