ମହାନଦୀ ଡଙ୍ଗାବୁଡି ଘଟଣାରେ ମୃତକଙ୍କ ପରିବାରକୁ ୪ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ..
1 min readମହାନଦୀରେ ଡଙ୍ଗା ବୁଡି ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ଶୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ଘଟଣା ସ୍ଥଳରେ ଆରଡିସି, ଝାରସୁଗୁଡା ଜିଲାପାଳ ଓ ଏସପି ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି । ନିଖୋଜ ମାନଙ୍କୁ ଉଦ୍ଧାର କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ୫ ଜଣ ସ୍କ୍ରୁବା ଡ୍ରାଇଭର ଓ ୨ ଟି କ୍ୟାମେରା ବିମାନ ଯୋଗେ ଝାରସୁଗୁଡା ପଠାଯାଇଛି । ସୂଚନାଯୋଗ୍ୟ ଯେ ନୌକା ରେ ଥିବା ସମସ୍ତ ଯାତ୍ରୀ ଛତିଶଗଡ ଖରସେନି ଅଂଚଳର ଏବଂ ବୁଲିବା ପାଇଁ ବାଞ୍ଜିପାଲିର ପଥର ସେନିକୁ ଯାଉଥିଲେ ।