Pratidin TV

Odisha's Digital News Platform

ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ କୁଡୁମୀ ସମ୍ପ୍ରଦାୟର ଟାଣୁଆ ନେତ୍ରୀ ମମତା ମହାନ୍ତ ।

ଆଜି ପୂର୍ବାହ୍ନରେ ବିଧାନସଭାରେ ପହଞ୍ଚି ଦଳ ତରଫରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ମମତା ମହାନ୍ତ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜୟ ସିଂ ତୋମାରଙ୍କ ପରି ବରିଷ୍ଠ ନେତା ଉପସ୍ଥିତ ଥିଲେ।

ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିବା ମମତା ମହାନ୍ତଙ୍କୁ ଗତକାଲି ପ୍ରାର୍ଥୀ ଭାବେ ଘୋଷଣା କରିଥିଲା ବିଜେପି । ମମତା ମହାନ୍ତ ମୟୁରଭଞ୍ଜ କୁଡ଼ୁମୀ ସଂପ୍ରଦାୟର ଜଣେ ବରିଷ୍ଠ ନେତ୍ରୀ ଅଟନ୍ତି । ମମତା ୨୦୨୦ ମସିହା ଏପ୍ରିଲ ୩ ତାରିଖରେ ବିଜେଡି ତରଫରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨୦୨୬ ମସିହା ଏପ୍ରିଲ ୨ ତାରିଖରେ ତାଙ୍କ କାର୍ଯ୍ୟକାଳ ସରିଥାନ୍ତା । ମାତ୍ର ୨୧ ମାସ ପୂର୍ବରୁ ସେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ।

କାରଣ ବିଜେଡିରେ ତାଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ ଆଣି ସେ ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ତା’ପର ଦିନ ସେ ବିଜେପିରେ ମିଶିଥିଲେ। ଏବେ ବିଜେପି ତାଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଛି।

Leave a Reply

Your email address will not be published. Required fields are marked *