Pratidin TV

Odisha's Digital News Platform

ହଟିଲା ସସପେନ୍ସ , ବିଜେପିରୁ ରାଜ୍ୟସଭା ପ୍ରାର୍ଥୀ ହେଲେ ମମତା ମହାନ୍ତ ..

ରାଜ୍ୟ ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ମମତା ମହାନ୍ତ ହେଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ । ମମତା ମହାନ୍ତ ହେଲେ ବିଜେପି ରାଜ୍ୟସଭା ପ୍ରାର୍ଥୀ । ସୂଚନାଯୋଗ୍ୟ ଯେ, ୯ଟି ରାଜ୍ୟର ୧୨ଟି ଆସନ ପାଇଁ ଗତ ୭ ତାରିଖରେ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ) ବିଜ୍ଞପ୍ତି ଜାରି କରିଥିଲେ । ଆସନ୍ତା ମାସ ୩ ତାରିଖରେ ରାଜ୍ୟସଭା ଉପନିର୍ବାଚନ ପାଇଁ ମତଦାନ ଗ୍ରହଣ କରାଯିବ । । ଆସନ୍ତା ୨୧ ତାରିଖରେ ନାମାଙ୍କନ ଦାଖଲ ପ୍ରକ୍ରିୟା ସମାପ୍ତ ହେବ ।

୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ସମାପ୍ତ ହେବ ଓ ୨୭ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯିବ ।

ସୂଚନାନୁଯାୟୀ ପୂର୍ବରୁ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହୋଇ ରାଜ୍ୟ ସଭାକୁ ଯାଇଥିଲେ ମମତା ମହନ୍ତ ନିକଟରେ ଉଭୟ ବିଜେଡି ଓ ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇଥିଲେ । ଆଉ ତା ପରଦିନ ହିଁ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଥିଲେ । ଏବେ ଦଳ ତାଙ୍କୁ ପୁଣି ଟିକେଟ୍‌ ଦେଇଛି। ଦଳରେ ମିଶୁ ମିଶୁ ପୁଣି ତାଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କରାଯାଇଛି । ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ତେଣୁ ଆସନ୍ତାକାଲି ନାମାଙ୍କନ ଦାଖଲ କରିପାରନ୍ତି ମମତା। ମମତା ହେଉଛନ୍ତି ମୟୂରଭଞ୍ଜ କୁଡୁମୀ ସମ୍ପ୍ରଦାୟର ଜଣେ ଟାଣୁଆ ନେତା ।

ଆଗରୁ ମମତା ଯେଉଁ ପଦରୁ ଇସ୍ତଫା ଦେଇଥିଲେ ଏବେ ପୁଣି ସେହି ପଦ ପାଇଁ ପ୍ରାର୍ଥୀ ହେଲେ । ପଦବୀ ଏକା କେବଳ ଦଳ ଅଲଗା ରହିଛି ।

Leave a Reply

Your email address will not be published. Required fields are marked *