ମୁଖ୍ୟମନ୍ତ୍ରୀ କରିଛନ୍ତି ବଡ ଘୋଷଣା , ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ…
1 min readମୁଖ୍ୟମନ୍ତ୍ରୀ କରିଛନ୍ତି ବଡ ଘୋଷଣା । ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ । ମଜୁରୀ ବଢିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହି ନିଷ୍ପତ୍ତି ଦ୍ୱାରା ଚାରୋଟି ବର୍ଗ ଯଥା କୁଶଳୀ , ଅଣକୁଶଳୀ , ଅର୍ଦ୍ଧ କୁଶଳୀ, ଓ ଅତ୍ୟନ୍ତ କୁଶଳୀ ଶ୍ରମିକମାନେ ଉପକୃତ ହେବେ ।
ଅଣକୁଶଳୀ ଶ୍ରମିକମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି , କୁଶଳୀ ଶ୍ରମିକମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଫଳରେ ରାଜ୍ୟରେ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ଲକ୍ଷ ଲକ୍ଷ ଶ୍ରମିକ ଉପକୃତ ହେବେ ।