ନଭେମ୍ବର ୨୯ ରେ ଓଡିଶା ଆସିବେ ମୋଦି ଓ ଶାହ…
1 min readଭୁବନେଶ୍ୱର ଆସିବେ ମୋଦି ଓ ଶାହ। ଆସନ୍ତା ୨୯ ତାରିଖରେ ପ୍ରଥମ ଥର ଭୁବନେଶ୍ବରରେ ଅନୁଷ୍ଠିତ ହେବ ଡିଜିପି ସମ୍ମିଳନୀ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଗୃହ ମନ୍ତ୍ରୀ ଅମିତ ଶାହ ମଧ୍ୟ ଯୋଗଦେବେ ।
୨୯ରୁ ୧ ତାରିଖ ପର୍ୟ୍ୟନ୍ତ ୩ଦିନ ଧରି ଏହି ସମ୍ମିଳନୀ ଅନୁଷ୍ଠିତ ହେବ । ରାଜ୍ୟଗୁଡ଼ିକର ସୁରକ୍ଷା ବ୍ୟବସ୍ଥାକୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯିବ । ମାଓ ଦମନ, ଅପରାଧ ନିୟନ୍ତ୍ରଣ, ଭିତ୍ତିଭୂମି ବିକାଶ, ମାନବସମ୍ବଳ, ନୂଆ ଜ୍ଞାନକୌଶଳର ଉପଯୋଗକୁ ଗୁରୁତ୍ବ ଦିଆଯିବ । ତେବେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କର ରହଣି କାର୍ଯ୍ୟକ୍ରମ ମଧ୍ୟ ରହିଛି ।ତେବେ ଏହି କାର୍ଯ୍ୟକ୍ରମ କେଉଁସ୍ଥାନରେ ହେବ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ ।