Pratidin TV

Odisha's Digital News Platform

ମଇଦାନକୁ ଓହ୍ଲାଇବେ ମୋକିମ , ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି ।

1 min read

ନିର୍ବାଚନ ପୂର୍ବରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି । ନିର୍ବାଚନୀ ସତ୍ୟପାଠ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରହିତାଦେଶ ଲଗାଇଛନ୍ତି ସୁପ୍ରିମକୋର୍ଟ ।
ପୂର୍ବରୁ ହାଇକୋର୍ଟ ନିର୍ବାଚନ ସତ୍ୟପାଠ ଅନିୟମିତତା ମାମଲାରେ ମୋକିମଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିଥିଲେ । ହାଇକୋର୍ଟଙ୍କ ରାୟକୁ ମୋକିମ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ।

ବିଧାନସଭା ନିର୍ବାଚନରେ ନାମାଙ୍କନ ଦାଖଲ ବେଳେ ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନ ଥିଲେ ମୋକିମ। ନାମାଙ୍କନ ପତ୍ରରେ ଏ ସମ୍ପର୍କିତ ତଥ୍ୟ ଲୁଚାଇଥିବାରୁ ତାହା ଜଞଓ ଆକ୍ଟକୁ ଉଲ୍ଳଘଂନ କରୁଛି ବୋଲି ପ୍ରତିଦ୍ୱନ୍ଦ୍ୱୀ ଦେବାଶିଷ ସାମନ୍ତରାୟ ଅଭିଯୋଗ କରିଥିଲେ।

Advertisement

Leave a Reply

Your email address will not be published. Required fields are marked *