Pratidin TV

Odisha's Digital News Platform

ମୋହନ ସରକାର କଲେ ବଡ଼ ଘୋଷଣା , ବଢ଼ିଲା ଶ୍ରମିକଙ୍କ ସହାୟତା ରାଶି..

ନିର୍ମାଣ ଶ୍ରମିକଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର । ଶ୍ରମିକଙ୍କ ପାଇଁ ବଡ଼ ସହାୟତା ରାଶି ଘୋଷଣା କରିଛନ୍ତି ସରକାର । ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଲେ ୬ଲକ୍ଷ ଟଙ୍କା ସହାୟତା ରାଶି ଦିଆଯିବ।

ସେହିଭଳି ସ୍ବାଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଟଙ୍କା ଦିଆଯିବ। ସୂଚନାଥାଉ କି, ପୂର୍ବ ସରକାର ସମୟରେ ନିର୍ମାଣ ଶ୍ରମିକଙ୍କ ଦୃଘଟଣାରେ ମୃତ୍ୟୁ ହେଲେ ୪ଲକ୍ଷ ଟଙ୍କା ମିଳୁଥିବାବେଳେ ସ୍ବାଭାବିକ ମୃତ୍ୟୁ ହେଲେ ୨ଲକ୍ଷ ଟଙ୍କା ମିଳୁଥିଲା।

Leave a Reply

Your email address will not be published. Required fields are marked *