Pratidin TV

Odisha's Digital News Platform

ବାତ୍ୟା ‘ଦାନା’ ପାଇଁ ମୋହନଙ୍କୁ ଫୋନ୍ କରି କଥା ହେଲେ ମୋଦି..

1 min read

ଶେଷ ହେଲା ବାତ୍ୟା ‘ଦାନା’ର ଲ୍ୟାଣ୍ତଫଲ୍ ପ୍ରକ୍ରିୟା । ଭୀଷଣ ବାତ୍ୟାରୁ ଦୁର୍ବଳ ହୋଇ ବର୍ତ୍ତମାନ ଘଣ୍ଟାକୁ ୧୦ କିମି ବେଗରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତି କରୁଥିବା ନେଇ ସୂଚନା ରହିଛି ।ତେବେ ବାତ୍ୟା ‘ଦାନା’ ପ୍ରଭାବରେ ତିନି ଜିଲ୍ଲାରେ ବ୍ୟପକ କ୍ଷୟକ୍ଷତି ହୋଇଛି। କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଜିଲ୍ଲାର ଅଧିକାଶଂ ସ୍ଥାନରେ ଅଧିକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ତେବେ ଏହି ବାତ୍ୟା ଦାନାକୁ ଓଡିଶା ବାସୀ ଦୃଢ଼ତାର ସହିତ ମୁକାବିଲା କରିଛନ୍ତି । ତେବେ ଯେତେବେଳେ ଓଡିଶା ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ହେଉଥିଲା ଠିକ ସେତିକିବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଫୋନ୍‌ ଯୋଗେ ଆଲୋଚନା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ।

ଗତକାଲି ଅପରାହ୍ନ ଓ ସନ୍ଧ୍ୟାରେ ଦୁଇଥର ପ୍ରଧାନମନ୍ତ୍ରୀ ମୋଦି ଟେଲିଫୋନ୍ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ସହ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ବିଚାରବିମର୍ଶ କରିଥିଲେ । ଆଲୋଚନାବେଳେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ।ରାଜ୍ୟ ସରକାରଙ୍କ ପ୍ରସ୍ତୁତି ବ୍ୟବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ସନ୍ତୋଷ ବ୍ୟକ୍ତ କରିବା ସହିତ ପ୍ରଶଂସା ମଧ୍ୟ କରିଥିଲେ ।

Advertisement

ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଏହା ସହିତ ଲୋକଙ୍କ ସୁରକ୍ଷା ପାଇଁ ନିଆ ଯାଇଥିବା ସୁରକ୍ଷା ବଳ, NDRF, ODRAF ଆଦି ମୁତୟନ ସଂପର୍କରେ ମଧ୍ୟ ସୂଚନା ଦେଇଥିଲେ। ଆଲୋଚନା ପରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସଂପର୍କରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି। ସେହିପରି କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ ।

ବାତ୍ୟା ପରେ ଆଜି ସକାଳୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପହଞ୍ଚି ପୁଣି ଥରେ ବାତ୍ୟାର ସମୀକ୍ଷା କରିଥିଲେ । ସମୀକ୍ଷା ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି ଓ୍ବାଇ ବି ଖୁରାନିଆ ଓ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ଥିଲେ। ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ।

Leave a Reply

Your email address will not be published. Required fields are marked *