Pratidin TV

Odisha's Digital News Platform

ମିଶନ ଶକ୍ତି ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଉପହାର. ସ୍କୁଟର ପାଇ ମାଆମାନଙ୍କୁ ହେବ ସୁବିଧା..

1 min read

ଭୁବନେଶ୍ୱ: ଆଜି ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଶକ୍ତ ହେବେ ମହିଳା, ସଶକ୍ତ ହେବ ଓଡିଶା । ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍ ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହାର ଉଦଘାଟନ କରିଥିଲେ । ସେଠାରେ ଉପସ୍ଥିତ ସ୍ୱୟଂସହାୟକ ଗୋଷ୍ଠୀର ମା’ ମାନଙ୍କୁ ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଜି ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇ ରହିବବୋଲି ମୁକ୍ୟମନ୍ତ୍ରୀ କହିଥିଲେ । ମା’ମାନଙ୍କ ସଶକ୍ତିକରଣ କ୍ଷେତ୍ରରେ ଆଜି ଆଉ ଏକ ପାଦ ଆଗକୁ ଆସିଲୁ । ମିଶନ ଶକ୍ତି ମା’ ମାନଙ୍କୁ ସ୍କୁଟର କିଣିବା ପାଇଁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦିଆଯାଇଛି । ଏହି ଯୋଜନାରେ ୨ ଲକ୍ଷରୁ ଅଧିକ ସ୍ୱୟଂସହାୟକ ଗୋଷ୍ଠୀର ମା’ ମାନେ ସ୍କୁଟର ପାଇବେ । ଆଜି ଏହି ଯୋଜନାର ଶୁଭାରମ୍ଭରେ ୧୫ ହଜାର ମା’ଙ୍କୁ ସ୍କୁଟର ଦିଆଯାଇଛି । ମିଶନ ଶକ୍ତି ମା’ମାନଙ୍କୁ ସରକାରୀ କାମ ଦେବାରେ ଦେଶରେ ଓଡିଶା ଏକମାତ୍ର ରାଜ୍ୟ । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ, ଗତି ହିଁ ଶକ୍ତି । ଗତି ହିଁ ସଶକ୍ତିକରଣ । ସ୍କୁଟର ଯୋଜନା ମା’ମାନଙ୍କ ଯାତାୟତକୁ ସୁବିଧା କରିବ । ବୃତ୍ତିଗତ କ୍ଷେତ୍ରରେ ମଧ୍ୟ ନୂଆ ସୁଯୋଗ ଆଣିବ । ମା’ମାନଙ୍କ ଗତିଶୀଳତା ଓଡିଶାର ପ୍ରଗତିକୁ ନୂଆ ବେଗ ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Advertisement

Leave a Reply

Your email address will not be published. Required fields are marked *